ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ ହୋଇଛି। ସେମାନଙ୍କୁ ଭୟଭୀତ କରି ତାଙ୍କ ଘର ଭାଙ୍ଗି ଦେଇଥିବା ସେମାନେ ଅଭିଯୋଗ କରିଛନ୍ତି। ଏ ନେଇ ଥାନାରେ ଏତଲା ଦେବା ପରେ ପୋଲିସ ଏକ ମାମଲା(ନଂ-୧୧୧/୨୫) ରୁଜୁ କରିଥିଲା। କିନ୍ତୁ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇ ନଥିବାରୁ ଅଭିଯୁକ୍ତମାନେ ପୁଣି ସେମାନଙ୍କ ଉପରେ ଅନ୍ୟାୟ ଅତ୍ୟାଚାର କରି ଆସୁଥିବା ଅଭିଯୋଗ […] The post ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା appeared first on Dharitri Odia News.

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ ହୋଇଛି। ସେମାନଙ୍କୁ ଭୟଭୀତ କରି ତାଙ୍କ ଘର ଭାଙ୍ଗି ଦେଇଥିବା ସେମାନେ ଅଭିଯୋଗ କରିଛନ୍ତି। ଏ ନେଇ ଥାନାରେ ଏତଲା ଦେବା ପରେ ପୋଲିସ ଏକ ମାମଲା(ନଂ-୧୧୧/୨୫) ରୁଜୁ କରିଥିଲା। କିନ୍ତୁ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇ ନଥିବାରୁ ଅଭିଯୁକ୍ତମାନେ ପୁଣି ସେମାନଙ୍କ ଉପରେ ଅନ୍ୟାୟ ଅତ୍ୟାଚାର କରି ଆସୁଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ସୋମବାର ଲିପି ତାଙ୍କ ସ୍ବାମୀ ଏବଂ ୨ସନ୍ତାନଙ୍କ ସହିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାରଣାରେ ବସିଥିଲେ। ସେମାନେ ଅଭିଯୋଗ କରିଛନ୍ତି, ଭୟଭୀତ କରିବା ସହିତ ବିଭିନ୍ନ ଆଳ ଦେଖାଇ ତାଙ୍କ ଘରକୁ ଭାଙ୍ଗି ଦିଆଯାଇଥିଲା। ଫଳରେ ସେମାନେ ଅନ୍ୟ ଏକ ସ୍ଥାନରେ ଘର କରି ସପରିବାର ରହୁଥିଲେ। ମାତ୍ର ସେହି ଘରକୁ ମଧ୍ୟ ଅଭିଯୁକ୍ତମାନେ ଭାଙ୍ଗି ଦେଇଥିବା ସେ ଅଭିଯୋଗ କରିଛନ୍ତି। ଫଳରେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ସହିତ ତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଲିପି ପ୍ରଶାସନଠାରେ ଦାବି କରିଛନ୍ତି।

The post ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା appeared first on Dharitri Odia News.