ଅପମିଶ୍ରିତ ଦେଶୀମଦ ଜବତ ଘଟଣା: ଫେରାର ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୨୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରୁ ଫେରାର ଥିବା ଚୋରାମଦ ମାଫିଆ ତ୍ରିଲୋଚନ ସାହୁଙ୍କୁ ଶୁକ୍ରବାର ସକାଳେ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌ଆଇ ଜଗବନ୍ଧୁ ବାର୍ଲା ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୧୨୮/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ୧୭ ତାରିଖ ସାରେ କେ.ନୂଆଗାଁ ଥାନା ଏଏସ୍‌ଆଇ ସିଏଚ୍‌.ତାରକେଶ୍ୱର ରାଓ […] The post ଅପମିଶ୍ରିତ ଦେଶୀମଦ ଜବତ ଘଟଣା: ଫେରାର ଅଭିଯୁକ୍ତ ଗଲେ ଜେଲ appeared first on Dharitri Odia News.

ଅପମିଶ୍ରିତ ଦେଶୀମଦ ଜବତ ଘଟଣା: ଫେରାର ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୨୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରୁ ଫେରାର ଥିବା ଚୋରାମଦ ମାଫିଆ ତ୍ରିଲୋଚନ ସାହୁଙ୍କୁ ଶୁକ୍ରବାର ସକାଳେ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌ଆଇ ଜଗବନ୍ଧୁ ବାର୍ଲା ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୧୨୮/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ୧୭ ତାରିଖ ସାରେ କେ.ନୂଆଗାଁ ଥାନା ଏଏସ୍‌ଆଇ ସିଏଚ୍‌.ତାରକେଶ୍ୱର ରାଓ ସଦଳବଳେ ଚାନ୍ଦପୁର, ପତ୍ରଚୁଡ଼ି ଇଲାକାରେ ପାଟ୍ରୋଲିଂ କରୁଥିବା ବେଳେ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ପୋଖରୀ ନିକଟରେ ତ୍ରିଲୋଚନ ଏବଂ ଅନ୍ୟ କିଛି ବ୍ୟକ୍ତି ବେଆଇନ ଭାବେ ଅପମିଶ୍ରିତ ଦେଶୀମଦ ବିକ୍ରି କରୁଥିବା ଖବର ପାଇଥିଲେ। ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଚଢାଉ କରିବା ବେଳେ ଅଭିଯୁକ୍ତ ତ୍ରିଲୋଚନ ଏବଂ କୃଷ୍ଣ ପାଇକଙ୍କ ସମେତ ଉପସ୍ଥିତ ଥିବା କିଛି ବ୍ୟକ୍ତି ଦୌଡ଼ି ପଳାଇଥିଲେ। ପୋଲିସ ସେମାନଙ୍କୁ ଧରିବା ପାଇଁ ପିଛା କରିଥିଲେ ମଧ୍ୟ ଅନ୍ଧାର ରାତିର ସୁଯୋଗ ନେଇ ସେମାନେ ଖସି ଯାଇଥିଲେ। ଏଏସଆଇ ସେଠାରୁ ଧଳାରଙ୍ଗର ୩ ଟି ପ୍ଲାଷ୍ଟିକ ଜାରକିନରେ ଥିବା ୩୦ ଲିଟର ଅପମିଶ୍ରିତ ଦେଶୀମଦ ଜବତ କରିଥିଲେ। କିଛି ସାକ୍ଷ୍ୟଙ୍କ ଉପସ୍ଥିତିରେ ପରୀକ୍ଷା ନିମନ୍ତେ ଜବତ ମଦରୁ ନମୁନା ସଂଗ୍ରହ କରି ଫେରିବା ସହ ଏ ନେଇ ସେ କେ.ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ଅଭିଯୁକ୍ତ ଦ୍ବୟଙ୍କ ନାଁରେ ମକଦ୍ଦମା ରୁଜୁ କରି ନୂଆପଡ଼ା ଫାଣ୍ଡି ଅଧିକାରୀଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ତ୍ରିଲୋଚନ ପୋଲିସ ନିକଟରେ ନିଜ ଦୋଷସ୍ବୀକାର କରିବା ପରେ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ବେଳେ ଫେରାର ଥିବା ଅନ୍ୟ ଅଭିଯୁକ୍ତ ମାନଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି।

The post ଅପମିଶ୍ରିତ ଦେଶୀମଦ ଜବତ ଘଟଣା: ଫେରାର ଅଭିଯୁକ୍ତ ଗଲେ ଜେଲ appeared first on Dharitri Odia News.