‘ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି। ସେ କହିଛନ୍ତି, ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ବିଗତ ୨୨ ବର୍ଷ ଓଡ଼ିଶା ପାଇଁ ବିରାଟ କାଳଖଣ୍ଡ ଥିଲା। ୨୦୨୨ ପର୍ଯ୍ୟନ୍ତ ମହିଳା ବିରୋଧୀ ହିଂସା ଦଣ୍ଡହାର ମାତ୍ର ୯.୭୩%। ଯାହା ଅତ୍ୟନ୍ତ ନୈରାଶ୍ୟଜନକ, ଆମ […] The post ‘ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ହେବ କଡ଼ା କାର୍ଯ୍ୟାନୁଷ୍ଠାନ’ appeared first on Dharitri Odia News.

‘ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି। ସେ କହିଛନ୍ତି, ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ବିଗତ ୨୨ ବର୍ଷ ଓଡ଼ିଶା ପାଇଁ ବିରାଟ କାଳଖଣ୍ଡ ଥିଲା। ୨୦୨୨ ପର୍ଯ୍ୟନ୍ତ ମହିଳା ବିରୋଧୀ ହିଂସା ଦଣ୍ଡହାର ମାତ୍ର ୯.୭୩%। ଯାହା ଅତ୍ୟନ୍ତ ନୈରାଶ୍ୟଜନକ, ଆମ ସରକାର ଏହାକୁ ବରଦାସ୍ତ କରିବନି।

ସପ୍ତାହେ ଭିତରେ ଏସ୍‌ପିମାନେ ଏ ସମ୍ପର୍କିତ ପେଣ୍ଡିଂ ମାମଲା ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଧୈର୍ଯ୍ୟର ସହ ଶୁଣନ୍ତୁ। ଯେତେବେଳେ ଆସିବେ ଶୁଣନ୍ତୁ, ରାତି ୨ରେ ଆସିଲେ ବି ଶୁଣିବେ। ପୋଲିସ ଲୋକଙ୍କ ବନ୍ଧୁ ବୋଲି ଜନସଚେତନତା ଜରିଆରେ ଜଣାନ୍ତୁ। ପ୍ରତି ପୋଲିସ ପାଖରେ ବାଇକ୍‌ ରହିବ। ଥାନାରେ ୨ଟି ଜିପ୍‌ ରହିବ। କାର୍ଯ୍ୟକୁ ସହଜ ଏବଂ ସରଳ କରିବା ପାଇଁ ସରକାର ଏପରି ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ଓଡ୍ରାଫ୍‌ ଟିମ୍‌ ମଧ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଥାନାରେ ଥିବା ମହିଳା ଓ ଶିଶୁ ଡେସ୍କକୁ ଅଧିକ କାର୍ଯ୍ୟଶୀଳ କରାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

The post ‘ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ହେବ କଡ଼ା କାର୍ଯ୍ୟାନୁଷ୍ଠାନ’ appeared first on Dharitri Odia News.