ଅପରେଶନ ‘ସିନ୍ଦୂର’: ସଶସ୍ତ୍ର ବାହିନୀଙ୍କୁ ସାଲ୍ୟୁଟ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭।୫: ଅପରେଶନ ‘ସିନ୍ଦୂର’ ନେଇ ଟୁଇଟ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ଏକ୍ସ ଯୋଗେ ସେ ଲେଖିଛନ୍ତି,ଭାରତ ଏକତାର ସହ ଛିଡ଼ା ହୋଇଛି । ଆମ ସାହସୀ ସଶସ୍ତ୍ର ବାହିନୀଙ୍କୁ ସାଲ୍ୟୁଟ॥ ଆତଙ୍କବାଦ ବିରୋଧରେ ପ୍ରତ୍ୟେକ ଆକ୍ରମଣ ଏକ ବାର୍ତ୍ତା ଦେବ। ଆମ ସାର୍ବଭୌମତ୍ବକୁ ଆକ୍ରମଣ ସହ୍ୟ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଏକ୍ସରେ ଲେଖିଛନ୍ତି ପାକିସ୍ତାନ ଓ ପାକ ଅଧିକୃତ କଶ୍ମୀର ଉପରେ ଥିବା ଆତଙ୍କୀ ଆଡ୍ଡା ଉପରେ ଭାରତର ମଧ୍ୟରାତି […] The post ଅପରେଶନ ‘ସିନ୍ଦୂର’: ସଶସ୍ତ୍ର ବାହିନୀଙ୍କୁ ସାଲ୍ୟୁଟ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୭।୫: ଅପରେଶନ ‘ସିନ୍ଦୂର’ ନେଇ ଟୁଇଟ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ଏକ୍ସ ଯୋଗେ ସେ ଲେଖିଛନ୍ତି,ଭାରତ ଏକତାର ସହ ଛିଡ଼ା ହୋଇଛି । ଆମ ସାହସୀ ସଶସ୍ତ୍ର ବାହିନୀଙ୍କୁ ସାଲ୍ୟୁଟ॥ ଆତଙ୍କବାଦ ବିରୋଧରେ ପ୍ରତ୍ୟେକ ଆକ୍ରମଣ ଏକ ବାର୍ତ୍ତା ଦେବ। ଆମ ସାର୍ବଭୌମତ୍ବକୁ ଆକ୍ରମଣ ସହ୍ୟ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଏକ୍ସରେ ଲେଖିଛନ୍ତି
ପାକିସ୍ତାନ ଓ ପାକ ଅଧିକୃତ କଶ୍ମୀର ଉପରେ ଥିବା ଆତଙ୍କୀ ଆଡ୍ଡା ଉପରେ ଭାରତର ମଧ୍ୟରାତି ଆକ୍ରମଣ। ବ୍ରହ୍ମୋସ ମିଶାଇଲ ମାଡ଼ କରି ଧ୍ୱଂସ କଲା ଆତଙ୍କବାଦୀଙ୍କଆଡ୍ଡା ସ୍ଥଳ। ପାକିସ୍ତାନ ଉପରେ ଏହି ଏୟାର ଷ୍ଟ୍ରାଇକ ପରେ ଦେଶରେ ଲେକେ ଖୁସି ମନାବଇବା ସହ କହିଛନ୍ତି ‘ଆମ ସହ ପଙ୍ଗା ନେଲେ, ଆମେ ଛାଡ଼ିବୁନି, ତମ ଦେଶ ଭିତରେ ପଶିକି ମାରିବୁ’। ପାକିସ୍ତାନରେ ଭାରତୀୟ ସେନାର ଏହି ରାତିଅଧିଆ ଆକ୍ରମଣ ପରେ ସବୁ ମହଲରେ ଭାରତକୁ ପ୍ରଶଂସା କରାଯାଉଛି।
ପହଲଗାମରେ ପାକିସ୍ତାନ ଦ୍ୱାରା କରାଯାଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି ଭାରତ। ମଧ୍ୟରାତ୍ରିରେ ପାକିସ୍ତାନ ଛାତିରେ ଭାରତର ଏହି ଏୟାରଷ୍ଟ୍ରାଇକ ଏବେ ପାକିସ୍ତାନର ନିଦ ହଜାଇ ଦେଇଛି। ପାକ ଅଧିକୃତ କାଶ୍ମୀରରେ ବି ପ୍ରଚଣ୍ଡ ହମଲା କାଯାଇଥିବ ନେଇ ସୂଚନା ମିଳିଛି। ଲଢୁଆ ଯୁଦ୍ଧ ବିମାନ ଓ ମିଶାଇଲ ଯୋଗେ ଆତଙ୍କୀ ଶିବିରରେ ବି ଆକ୍ରମଣ କରିଛି ଭାରତୀୟ ସେନା । ମୋଟ ୯ଟି ସ୍ଥାନକୁ କରାଯାଇଛି ଟାର୍ଗେଟ । ସେନାର ଏହି ଅପରେସନର ନାମ ରଖାଯାଇଛି ‘ସିନ୍ଦୂର’ । ସୂଚନାଯୋଗ୍ୟ, ପହଲଗାମରେ ୨୨ ଏପ୍ରିଲରେ ଧର୍ମ ପଚାରି ପୁରୁଷ ପର୍ଯ୍ୟଟକଙ୍କ ସେମାନଙ୍କ ପତ୍ନୀ ଓ ପରିବାର ଆଗରେ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ‘ଅପରେସନ ସିନ୍ଦୂର’ ମାଧ୍ୟମରେ କଡ଼ା ଜବାବ ଦେଇଛି ଭାରତୀୟ ସେନା ।
The post ଅପରେଶନ ‘ସିନ୍ଦୂର’: ସଶସ୍ତ୍ର ବାହିନୀଙ୍କୁ ସାଲ୍ୟୁଟ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.