ଅଫ୍ଲାଇନ୍ରେ ବାଲିଯାତ୍ରା ଷ୍ଟଲ୍ ପଞ୍ଜୀକରଣ ସ୍ଥଗିତ
କଟକ,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ବାଲିଯାତ୍ରାରେ ଷ୍ଟଲ୍ ଖୋଲିବା ନିମନ୍ତେ ପ୍ଲଟ୍ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବାରବାଟୀ ପ୍ୟାଲେସଠାରେ ଚାଲିଥିବା ଏହି ଅଫ୍ ଲାଇନ୍ ପଞ୍ଜୀକରଣ ପ୍ରକ୍ରିୟା ଆସନ୍ତା ୨୪ ଓ ୨୫ ତାରିଖ ବନ୍ଦ ରହିବ। ତେବେ ଅନ୍ଲାଇନ୍ ମାଧ୍ୟମରେ baliyatra.netରେ ଏହି ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିବ। ବାତ୍ୟା ପରବର୍ତ୍ତୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ୨୬ ତାରିଖ ଅଫ୍ଲାଇନ୍ ପଞ୍ଜୀକରଣ […] The post ଅଫ୍ଲାଇନ୍ରେ ବାଲିଯାତ୍ରା ଷ୍ଟଲ୍ ପଞ୍ଜୀକରଣ ସ୍ଥଗିତ appeared first on Dharitri Odia News.
କଟକ,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ବାଲିଯାତ୍ରାରେ ଷ୍ଟଲ୍ ଖୋଲିବା ନିମନ୍ତେ ପ୍ଲଟ୍ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବାରବାଟୀ ପ୍ୟାଲେସଠାରେ ଚାଲିଥିବା ଏହି ଅଫ୍ ଲାଇନ୍ ପଞ୍ଜୀକରଣ ପ୍ରକ୍ରିୟା ଆସନ୍ତା ୨୪ ଓ ୨୫ ତାରିଖ ବନ୍ଦ ରହିବ। ତେବେ ଅନ୍ଲାଇନ୍ ମାଧ୍ୟମରେ baliyatra.netରେ ଏହି ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିବ। ବାତ୍ୟା ପରବର୍ତ୍ତୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ୨୬ ତାରିଖ ଅଫ୍ଲାଇନ୍ ପଞ୍ଜୀକରଣ ପ୍ରକ୍ରିୟା ନିମନ୍ତେ ନିଷ୍ପତ୍ତି ଗ୍ରହଣ କରାଯିବ
ସୂଚନାଯୋଗ୍ୟ, ଗତବର୍ଷ ୯୦୦ରୁ ଊର୍ଦ୍ଧ୍ୱ ବ୍ୟବସାୟୀ ବାଲିଯାତ୍ରା ପାଇଁ ପ୍ଲଟ୍ ପଞ୍ଜୀକରଣ କରିଥିଲେ । ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଚଳିତ ବର୍ଷ ବାଲିଯାତ୍ରାରେ ଟ୍ରାଫିକ୍ ପରିଚାଳନା ଓ ଟଏଲଟ୍ ସମସ୍ୟାକୁ ଗୁରୁତ୍ବ ଦିଆଯାଉଛି।
କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିବ।
The post ଅଫ୍ଲାଇନ୍ରେ ବାଲିଯାତ୍ରା ଷ୍ଟଲ୍ ପଞ୍ଜୀକରଣ ସ୍ଥଗିତ appeared first on Dharitri Odia News.