ଅବପାତ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା : ଜିଲ୍ଲାପାଳଙ୍କୁ ସତର୍କ କରାଇଲେ SRC, ବଢିପାରେ ନଦୀରେ ଜଳପତ୍ତନ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଗଭୀର ଅବପାତ ଅବସ୍ଥାରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଛି। ଯାହାର ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ଲାଗିରହିଛି। ବତ୍ତର୍ମାନ ଗଭୀର ଅବପାତର ତୀବ୍ରତା ହ୍ରାସ ପାଇର୍ବ ସହ ଏହା ଧୀରେ ଧୀରେ ଦୁର୍ବଳ ହୋଇ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ମୁହାଁ ହେଉଛି। ହେଲେ ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି […]

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଗଭୀର ଅବପାତ ଅବସ୍ଥାରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଛି। ଯାହାର ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ଲାଗିରହିଛି। ବତ୍ତର୍ମାନ ଗଭୀର ଅବପାତର ତୀବ୍ରତା ହ୍ରାସ ପାଇର୍ବ ସହ ଏହା ଧୀରେ ଧୀରେ ଦୁର୍ବଳ ହୋଇ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ମୁହାଁ ହେଉଛି। ହେଲେ ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ।
ପାଣିପାଗ ବିଭାଗର ସୂଚନା ପରେ ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନ(ଏସଆରସି)। ବର୍ଷାକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରବଳ ବର୍ଷାରୁ ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିପାରେ। କିଛି ସ୍ଥାନରେ ନଦୀରେ ଜଳପତ୍ତନ ବୃଦ୍ଧି ଘଟିବାର ଆଶଙ୍କା ରହିଛି ।
ତେବେ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତାକାଲି (ସୋମବାର) ସକାଳ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯେଉଁଥି ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥି ସହିତ ଏହି ସମୟ ମଧ୍ୟରେ କେନ୍ଦୁଝର, ବାଲେଶ୍ୱର ଓ ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଭଦ୍ରକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ଓ ଝାରସୁଗୁଡ଼ାରେ ମଧ୍ୟ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ୟପଟେ ସୋମବାର ସକାଳ ୮ଟାରୁ ମଙ୍ଗଳବାର ସକାଳ ୮ ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ୨ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି। ସେହିପରି କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି କରିଛି। ୧୭ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ହ୍ରାସ ପାଇବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସେପଟେ ଗତ ୨୪ ଘଣ୍ଟାରେ ବାଲେଶ୍ୱରର ଭୋଗରାଇରେ ସର୍ବାଧିକ ୧୨୫ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ରାଜଘାଟରେ ୧୧୮.୮ ମିମି ଓ ଜଳେଶ୍ୱରରେ ୯୭ ମିମି ବର୍ଷା ରେକର୍ଡ କରାଯାଇଛି। ମୟୂରଭଞ୍ଜ ଜିଲ୍ଲାର ସୁଳିଆପଦାରେ ୧୦୮ ମିମି ବର୍ଷା ହୋଇଥିବା ବେଳେ ରାସଗୋବିନ୍ଦପୁରରେ ୮୩, ବେତନଟୀରେ ୮୨, ଚାନ୍ଦୁଆରେ ୮୨, କପ୍ତିପଦାରେ ୮୧, ଜାମସୋଳାଘାଟରେ ୮୦, ବାଙ୍ଗିରିପଷିରେ ୭୬, ସାରସକଣାରେ ୭୫ ଓ ବିଜତଳାରେ ୭୪ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ସୁନ୍ଦରଗଡ଼ର ଟେନସାରେ ୮୬.୮ ମିମି ବର୍ଷା ରେକର୍ଡ ହୋଇଛି।