ଅବପାତର ରୂପ ନେଲା ବଙ୍ଗୋପସାଗରରେରେ ସୃଷ୍ଟ ଲଘୁଚାପ, ଦୁଇ ଦିନ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେରେ ସୃଷ୍ଟ ଲଘୁଚାପ ଏବେ ଅବପାତର ରୂପ ନେଇଛି। ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ଗୁରୁବାରର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସହ ଶୁକ୍ରବାର ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି।Depression over westcental Bay of Bengal off Andhra Pradesh coastThe well marked low pressure area over westcentral & adjoining southwest Bay of Bengal has moved slightly northwards, concentrated into a depression and lay centred at 1730 hrs IST of today, the 20th December 2024… pic.twitter.com/w3oMRJVYwH— India Meteorological Department (@Indiametdept) December 20, 2024ପରବର୍ତ୍ତୀ ୧୨ ଘଣ୍ଟାରେ ଅବପାତ ଭାବେ ଉତ୍ତର-ଉତ୍ତର ପୂର୍ବ ଆଡକୁ ଗତି କରିବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ୨୦ ଏବଂ ୨୧ ତାରିଖରେ ମେଘୁଆ ପାଗ ସହ ବର୍ଷା ହେବାର ସମ୍ଭାବନା ରହିଛି।୨୧ ତାରିଖ ଶନିବାର ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, କଟକ,  ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ ଓ ଭଦ୍ରକର  ଗୋଟିଏ ଦୁଇଟି ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବାକି ଅଞ୍ଚଳରେ ପାଗ ଶୁଖିଲା  ରହିବ । ୨୨ ତାରିଖରେଠାରୁ ରାଜ୍ୟରେ ପାଗରେ

ଅବପାତର ରୂପ ନେଲା ବଙ୍ଗୋପସାଗରରେରେ ସୃଷ୍ଟ ଲଘୁଚାପ, ଦୁଇ ଦିନ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେରେ ସୃଷ୍ଟ ଲଘୁଚାପ ଏବେ ଅବପାତର ରୂପ ନେଇଛି। ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ଗୁରୁବାରର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସହ ଶୁକ୍ରବାର ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି।

ପରବର୍ତ୍ତୀ ୧୨ ଘଣ୍ଟାରେ ଅବପାତ ଭାବେ ଉତ୍ତର-ଉତ୍ତର ପୂର୍ବ ଆଡକୁ ଗତି କରିବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ୨୦ ଏବଂ ୨୧ ତାରିଖରେ ମେଘୁଆ ପାଗ ସହ ବର୍ଷା ହେବାର ସମ୍ଭାବନା ରହିଛି।

୨୧ ତାରିଖ ଶନିବାର ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, କଟକ,  ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ ଓ ଭଦ୍ରକର  ଗୋଟିଏ ଦୁଇଟି ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବାକି ଅଞ୍ଚଳରେ ପାଗ ଶୁଖିଲା  ରହିବ । ୨୨ ତାରିଖରେଠାରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିବ । ଆଉ ବର୍ଷା ସମ୍ଭାବନା ନାହିଁ । ମାତ୍ର ବର୍ଷା କମିବା ପରେ ରାଜ୍ୟରେ ପୁଣି ଶୀତ ପ୍ରକୋପ ବଢ଼ିବ । ୩ ଦିନ ପରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍‌ କମିପାରେ । 

ସେପଟେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଲଘୁଚାପ ଉତ୍ତର ତାମିଲନାଡ଼ୁ ଏବଂ ଦକ୍ଷିଣ ଆନ୍ଧ୍ର   ଉପକୂଳ ଆଡ଼କୁ ମୁହାଁଇଛି । ପରେ ଶୁକ୍ରବାରଠାରୁ ଉତ୍ତର ଦିଗରେ ଗତି କରି ଆନ୍ଧ୍ର ଉପକୂଳ ଆଡ଼କୁ  ମୁହାଁଇପାରେ । ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା  ଉପକୂଳରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ମନା କରାଯାଇଛି ।