ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ ସଂଘର ଗୁରୁତ୍ୱପୂର୍ଣ୍ଣ ବୈଠକ
କେନ୍ଦୁଝର,୨୧।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ମାଧ୍ୟମିକ ସ୍କୁଲ ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ଶିକ୍ଷକ ଭବନରେ କାର୍ଯ୍ୟକାରୀ ସଭାପତି ଚିନ୍ତାମଣୀ ଜେନାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା, ସହକାରୀ ଜିଲା ଶିକ୍ଷା ଅଧିକାରୀ ସଞ୍ଜୟ କୁମାର ପାତ୍ର, ଚିନ୍ତାମଣି ପଣ୍ଡା, ପ୍ରକାଶ କୁମାର ନାୟକ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ସଂଘର ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା ସଂଘର ବିଭିନ୍ନ […] The post ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ ସଂଘର ଗୁରୁତ୍ୱପୂର୍ଣ୍ଣ ବୈଠକ appeared first on Dharitri Odia News.
କେନ୍ଦୁଝର,୨୧।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ମାଧ୍ୟମିକ ସ୍କୁଲ ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ଶିକ୍ଷକ ଭବନରେ କାର୍ଯ୍ୟକାରୀ ସଭାପତି ଚିନ୍ତାମଣୀ ଜେନାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।
ବୈଠକରେ ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା, ସହକାରୀ ଜିଲା ଶିକ୍ଷା ଅଧିକାରୀ ସଞ୍ଜୟ କୁମାର ପାତ୍ର, ଚିନ୍ତାମଣି ପଣ୍ଡା, ପ୍ରକାଶ କୁମାର ନାୟକ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ସଂଘର ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା ସଂଘର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ। ଏପରିକି ତୁରନ୍ତ ଏହାର ସମାଧାନ କରିବାକୁ ନିବେଦନ କରିଥିଲେ।
ଜିଲା ଶିକ୍ଷା ଅଧିକାରୀ ବରିହା ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେବା ସହ ଶିକ୍ଷକମାନଙ୍କ ସହଯୋଗ କାମନା କରିଥିଲେ। ଜିଲା ସଂଯୋଜକ କ୍ଷୀରୋଦ କୁମାର ରାଉତ ସଭା ପରିଚାଳନା କରିଥିଲେ। କୋଷାଧ୍ୟକ୍ଷ ମଦନ ମୋହନ ଦ୍ବିବେଦୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରେ ଓଷ୍ଟାର କେନ୍ଦୁଝର ସମ୍ପାଦକ ପ୍ରଶାନ୍ତ କୁମାର ମିଶ୍ର, ବ୍ଲକ ସଂଯୋଜକ ନଳିନୀ ଚନ୍ଦ୍ର ଘଣା , ବଳରାମ ରାଉତ, ରବି ନାରାୟଣ ସାହୁ, କାଶୀନାଥ ମହାନ୍ତ, ଲମ୍ବୋଦର ମହାନ୍ତ, ଦିଗମ୍ବର ଗିରି, ସୁଶିଲ କୁମାର ନାୟକ, ସପ୍ନେଶ୍ୱର୍ ସାହୁ, ଶାନ୍ତନୁ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।
The post ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ ସଂଘର ଗୁରୁତ୍ୱପୂର୍ଣ୍ଣ ବୈଠକ appeared first on Dharitri Odia News.