ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ…
ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ବେଲବାରିଆ ଗ୍ରାମରେ। କୌଣସି କଥାକୁ କେନ୍ଦ୍ର କରି ନାବାଳକ ପୁଅ ଜଣଙ୍କ ବାପା କେଶବ ମହାନ୍ତିଙ୍କୁ ତେଲେଙ୍ଗା କଟୁରୀରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ […] The post ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ… appeared first on Dharitri Odia News.
ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ବେଲବାରିଆ ଗ୍ରାମରେ। କୌଣସି କଥାକୁ କେନ୍ଦ୍ର କରି ନାବାଳକ ପୁଅ ଜଣଙ୍କ ବାପା କେଶବ ମହାନ୍ତିଙ୍କୁ ତେଲେଙ୍ଗା କଟୁରୀରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । କେଶବଙ୍କୁ ନାବାଳକ ପୁଅ ହାଣିଥିବା ଚର୍ଚ୍ଚା ହେଉଥିବା ବେଳେ ଏ ସମ୍ପର୍କରେ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ପୋଲିସ କହିଛି ।
The post ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ… appeared first on Dharitri Odia News.