ଅମିତ୍ ଶାହାଙ୍କୁ ଭେଟିଲେ ପଶ୍ଚିମବଙ୍ଗ ରାଜ୍ୟପାଳ
ନୂଆଦିଲ୍ଲୀ,୩୦ା୮: ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କୁ ତାଙ୍କ ବାସଭବନରେ ସାକ୍ଷାତ୍ କରିଛନ୍ତି। ଏହି ଅବସରରେ ସେ କୋଲକାତାର ଆର୍.ଜି. କର ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ପରେ ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ସମ୍ପର୍କରେ ରାଜ୍ୟପାଳ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ସେ ପଶ୍ଚିମବଙ୍ଗର ସାମ୍ପ୍ରତିକ ସ୍ଥିତି ଉପରେ ସବିଶେଷ ତଥ୍ୟ ପ୍ରଦାନ କରିଥିବା ଏକ ସୂତ୍ରରୁ ଜଣାପଡ଼ିଛି। ଗତ ସପ୍ତାହରେ ରାଜ୍ୟପାଳ ନୂଆଦିଲ୍ଲୀରେ […] The post ଅମିତ୍ ଶାହାଙ୍କୁ ଭେଟିଲେ ପଶ୍ଚିମବଙ୍ଗ ରାଜ୍ୟପାଳ appeared first on Dharitri Odia News.
ନୂଆଦିଲ୍ଲୀ,୩୦ା୮: ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କୁ ତାଙ୍କ ବାସଭବନରେ ସାକ୍ଷାତ୍ କରିଛନ୍ତି। ଏହି ଅବସରରେ ସେ କୋଲକାତାର ଆର୍.ଜି. କର ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ପରେ ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ସମ୍ପର୍କରେ ରାଜ୍ୟପାଳ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି।
ସେ ପଶ୍ଚିମବଙ୍ଗର ସାମ୍ପ୍ରତିକ ସ୍ଥିତି ଉପରେ ସବିଶେଷ ତଥ୍ୟ ପ୍ରଦାନ କରିଥିବା ଏକ ସୂତ୍ରରୁ ଜଣାପଡ଼ିଛି। ଗତ ସପ୍ତାହରେ ରାଜ୍ୟପାଳ ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ୍ ଧନ୍କରଙ୍କୁ ଭେଟି ଆର୍.ଜି. କର ହସ୍ପିଟାଲ ଘଟଣା ସମ୍ପର୍କରେ ଜଣାଇଥିଲେ।
ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ କୋଲକାତା ସମେତ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଅପରାଧୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି। କାର୍ଯ୍ୟାନୁଷ୍ଠାନ ନେବାରେ ବିଫଳତା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବିରେ କୋଲକାତାରେ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ଗତ ୨୭ ତାରିଖରେ ସଚିବାଳୟ ନବାନ୍ନ ଅଭିମୁଖେ ଶୋଭାଯାତ୍ରାରେ ଆସୁଥିବାବେଳେ ପୋଲିସ ସେମାନଙ୍କୁ ଅଟକାଇବାରୁ ହିଂସାତ୍ମକ ସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସର ଲାଠିମାଡ଼ରେ ବହୁ ଛାତ୍ରୀଛାତ୍ର ଆହତ ହୋଇଥିଲେ।
The post ଅମିତ୍ ଶାହାଙ୍କୁ ଭେଟିଲେ ପଶ୍ଚିମବଙ୍ଗ ରାଜ୍ୟପାଳ appeared first on Dharitri Odia News.