ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ, ଅନୁପମ ଶାହା ଅତିରିକ୍ତ ସଚିବ

ଭୁବନେଶ୍ଵର: କଟକ ଜିଲ୍ଲାପାଳ  ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ  ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆ ଯାଇଛି। ଏ ନେଇ ସାଧାରଣ ପ୍ରଶାସନ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ୨୦୧୧ ବ୍ୟାଚ୍ ଓଡ଼ିଶା କ୍ୟାଡରର ଆଇଏଏସ ଅରିନ୍ଦମ ଡାକୁଆ ପାନୀୟ ଜଳ ଓ ପରିମଳ ବିଭାଗର ସଚିବ ସହିତ ଓଡ଼ିଶା ଜୀବିକା ମିଶନର ମିଶନ ନିର୍ଦ୍ଦେଶକ ଥିଲେ । ସେହିପରି ୨୦୧୨ ବ୍ୟାଚ୍ ଓଡ଼ିଶା କ୍ୟାଡରର ଆଇଏଏସ୍ ଅନୁପମ ଶାହା ଓଡ଼ିଶା ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ସହ ମୋ ସ୍କୁଲର ସଦସ୍ୟ ସଚିବ ଓ ଓଡ଼ିଶା ଶ୍ରମ ଆୟୁକ୍ତ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉ ଥିଲେ ।ସୂଚନାଯୋଗ୍ୟ, ଡାକୁଆ ୨୦୧୩ ଜୁଲାଇରୁ ୨୦୧୪ ଅଗଷ୍ଟ ମାସ ପର୍ଯ୍ୟନ୍ତ କେନ୍ଦୁଝର ଜିଲ୍ଲାର ଚମ୍ପୁଆ ଉପଜିଳ୍ଲାପାଳ ଭାବେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ସେ ବଲାଙ୍ଗୀର ଓ ନୟାଗଡ଼ ଜିଲ୍ଲାପାଳ ଭାବେ କାର୍ଯ୍ୟ କରିସାରିଛନ୍ତି । ସେହିପରି ଶାହା ୨୦୧୪ ସେପ୍ଟେମ୍ବରରୁ ୨୦୧୫ ଡିସେମ୍ବର ପର୍ଯ୍ୟନ୍ତ ବାଲିଗୁଡ଼ା ଉପଜିଲ୍ଲାପାଳ ଭାବେ । ସେ କୋରାପୁଟ ଓ ଗଜପତି ଜିଲ୍ଲାପାଳ ଭାବେ ମଧ୍ୟ କାର୍ଯ୍ୟ କରି ସାରିଛନ୍ତି। 

ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ, ଅନୁପମ ଶାହା ଅତିରିକ୍ତ ସଚିବ

ଭୁବନେଶ୍ଵର: କଟକ ଜିଲ୍ଲାପାଳ  ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ  ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆ ଯାଇଛି। ଏ ନେଇ ସାଧାରଣ ପ୍ରଶାସନ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। 

ପୂର୍ବରୁ ୨୦୧୧ ବ୍ୟାଚ୍ ଓଡ଼ିଶା କ୍ୟାଡରର ଆଇଏଏସ ଅରିନ୍ଦମ ଡାକୁଆ ପାନୀୟ ଜଳ ଓ ପରିମଳ ବିଭାଗର ସଚିବ ସହିତ ଓଡ଼ିଶା ଜୀବିକା ମିଶନର ମିଶନ ନିର୍ଦ୍ଦେଶକ ଥିଲେ । ସେହିପରି ୨୦୧୨ ବ୍ୟାଚ୍ ଓଡ଼ିଶା କ୍ୟାଡରର ଆଇଏଏସ୍ ଅନୁପମ ଶାହା ଓଡ଼ିଶା ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ସହ ମୋ ସ୍କୁଲର ସଦସ୍ୟ ସଚିବ ଓ ଓଡ଼ିଶା ଶ୍ରମ ଆୟୁକ୍ତ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉ ଥିଲେ ।

ସୂଚନାଯୋଗ୍ୟ, ଡାକୁଆ ୨୦୧୩ ଜୁଲାଇରୁ ୨୦୧୪ ଅଗଷ୍ଟ ମାସ ପର୍ଯ୍ୟନ୍ତ କେନ୍ଦୁଝର ଜିଲ୍ଲାର ଚମ୍ପୁଆ ଉପଜିଳ୍ଲାପାଳ ଭାବେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ସେ ବଲାଙ୍ଗୀର ଓ ନୟାଗଡ଼ ଜିଲ୍ଲାପାଳ ଭାବେ କାର୍ଯ୍ୟ କରିସାରିଛନ୍ତି । ସେହିପରି ଶାହା ୨୦୧୪ ସେପ୍ଟେମ୍ବରରୁ ୨୦୧୫ ଡିସେମ୍ବର ପର୍ଯ୍ୟନ୍ତ ବାଲିଗୁଡ଼ା ଉପଜିଲ୍ଲାପାଳ ଭାବେ । ସେ କୋରାପୁଟ ଓ ଗଜପତି ଜିଲ୍ଲାପାଳ ଭାବେ ମଧ୍ୟ କାର୍ଯ୍ୟ କରି ସାରିଛନ୍ତି।