ଅର୍ଥମନ୍ତ୍ରୀଙ୍କୁ ମିଠା ଦହି ଖୁଆଇଦେଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୩।୭: ଆଜି ସଂସଦରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ୍। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ ଟିମ୍ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଥିଲେ। ବଜେଟ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ମଧ୍ୟ ରାଷ୍ଟ୍ରପତିଙ୍କ ଅନୁମୋଦନ ନେଇଥିଲେ। ଏହି ସମୟରେ ରାଷ୍ଟ୍ରପତି ମୁର୍ମୁ ନିର୍ମଳା ସୀତାରମଣଙ୍କୁ ଦହି ଏବଂ ଚିନି ଖାଇବାକୁ ଦେଇଥିଲେ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଲୋକ ସଭାରେ ୨୦୨୪-୨୫ […] The post ଅର୍ଥମନ୍ତ୍ରୀଙ୍କୁ ମିଠା ଦହି ଖୁଆଇଦେଲେ ରାଷ୍ଟ୍ରପତି appeared first on Dharitri Odia News.
ନୂଆଦିଲ୍ଲୀ,୨୩।୭: ଆଜି ସଂସଦରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ୍। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ ଟିମ୍ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଥିଲେ। ବଜେଟ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ମଧ୍ୟ ରାଷ୍ଟ୍ରପତିଙ୍କ ଅନୁମୋଦନ ନେଇଥିଲେ। ଏହି ସମୟରେ ରାଷ୍ଟ୍ରପତି ମୁର୍ମୁ ନିର୍ମଳା ସୀତାରମଣଙ୍କୁ ଦହି ଏବଂ ଚିନି ଖାଇବାକୁ ଦେଇଥିଲେ।
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଲୋକ ସଭାରେ ୨୦୨୪-୨୫ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ଏହା ନିର୍ମଳାଙ୍କର କ୍ରମାଗତ ସପ୍ତମ ବଜେଟ ହୋଇଥିବାବେଳେ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ପ୍ରଥମ ବଜେଟ। ଏନ୍ଡିଏ ସରକାରଙ୍କ ବିକଶିତ ଭାରତ ସ୍ବପ୍ନକୁ ଦୃଷ୍ଟିରେ ରଖି ଅର୍ଥମନ୍ତ୍ରୀ ବଜେଟରେ ଅର୍ଥନୀତିର ବିଭିନ୍ନ କ୍ଷେତ୍ରକୁ ପ୍ରାଧାନ୍ୟ ଦେଇପାରନ୍ତି। ବିଶେଷ କରି ଆୟକର ଛାଡ଼ ଏବଂ ଷ୍ଟାଣ୍ଡାର୍ଡ ଡିଡକ୍ସନ ସୀମା ବଢ଼ାଇବା ଲାଗି ସେ ଘୋଷଣା କରିପାରନ୍ତି ବୋଲି ଆଶା କରାଯାଉଛି। ରିଏଲ୍ ଇଷ୍ଟେଟ୍ ସେକ୍ଟର ମଧ୍ୟ ବଜେଟରୁ ଟିକସ ରିହାତି ପାଇବା ପାଇଁ ଆଶା ରଖିଛି।
The post ଅର୍ଥମନ୍ତ୍ରୀଙ୍କୁ ମିଠା ଦହି ଖୁଆଇଦେଲେ ରାଷ୍ଟ୍ରପତି appeared first on Dharitri Odia News.