ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ

ଗ୍ରସ ଆଇସ୍ଲେଟ, ୨୪।୬: ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପର ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୨୪ ରନ୍‌ରେ ପରାସ୍ତ କରି ଭାରତ ଅପରାଜେୟ ଭାବେ ସେମିଫାଇନାଲରେ ପହଞ୍ଚିଛି। ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରିଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ଦମ୍‌ଦାର ୯୨ ରନ୍‌ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ […] The post ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ appeared first on Dharitri Odia News.

ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ

ଗ୍ରସ ଆଇସ୍ଲେଟ, ୨୪।୬: ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପର ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୨୪ ରନ୍‌ରେ ପରାସ୍ତ କରି ଭାରତ ଅପରାଜେୟ ଭାବେ ସେମିଫାଇନାଲରେ ପହଞ୍ଚିଛି।

ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରିଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ଦମ୍‌ଦାର ୯୨ ରନ୍‌ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୨୦୫ ରନ୍‌ କରିଛି। ଯବାବରେ ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ ହରାଇ ୧୮୧ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ଅଧିନାୟକ ରୋହିତ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ବୋଲରଙ୍କ ମିଳିତ ଅବଦାନ ବଳରେ ଭାରତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି।

The post ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ appeared first on Dharitri Odia News.