ଅସମ୍ଭାଳ ଖରାରେ ଆଉଟୁପାଉଟୁ ଜନଜୀବନ, ବାରିପଦା ସବୁଠୁ ଉତ୍ତପ୍ତ ସହର
ଭୁବନେଶ୍ୱର(କେନ୍ୟୁଜ୍): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି । ୪୪.୮ ଡିଗ୍ରୀ ତାପମାତ୍ରା ସହ ବାରିପଦା ସବୁଠୁ ଉତ୍ତପ୍ତ ସହର । ଅସମ୍ଭାଳ ଖରାରେ ଆଉଟୁପାଉଟୁ ଜନଜୀବନ। ୩ ଦିନ ଆକାଶରୁ ବର୍ଷିବ ଅଗ୍ନି ବର୍ଷା । ମେ ୧ ପର୍ଯ୍ୟନ୍ତ ପାଗରେ ହେବନି ପରିବର୍ତ୍ତନ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିବ। ଭୀଷଣ ଗ୍ରୀଷ୍ମ ଲହରୀ ନେଇ ଅନେକ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଭୀଷଣ […] The post ଅସମ୍ଭାଳ ଖରାରେ ଆଉଟୁପାଉଟୁ ଜନଜୀବନ, ବାରିପଦା ସବୁଠୁ ଉତ୍ତପ୍ତ ସହର appeared first on KNews Odisha.

ଭୁବନେଶ୍ୱର(କେନ୍ୟୁଜ୍): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି । ୪୪.୮ ଡିଗ୍ରୀ ତାପମାତ୍ରା ସହ ବାରିପଦା ସବୁଠୁ ଉତ୍ତପ୍ତ ସହର । ଅସମ୍ଭାଳ ଖରାରେ ଆଉଟୁପାଉଟୁ ଜନଜୀବନ। ୩ ଦିନ ଆକାଶରୁ ବର୍ଷିବ ଅଗ୍ନି ବର୍ଷା । ମେ ୧ ପର୍ଯ୍ୟନ୍ତ ପାଗରେ ହେବନି ପରିବର୍ତ୍ତନ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିବ।
ଭୀଷଣ ଗ୍ରୀଷ୍ମ ଲହରୀ ନେଇ ଅନେକ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଭୀଷଣ ଗ୍ରୀଷ୍ମ ଲହରୀ ନେଇ ୨୪ ଘଣ୍ଟାରେ୮ ଜିଲ୍ଲା ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ଅନୁଗୁଳ, କଟକ ଓ ନୟାଗଡ଼ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି। ଗ୍ରୀଷ୍ମ ଲହରୀ ନେଇ ୧୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତାକାଲି ବି ତାତିରୁ ମିଳିବନି ନିସ୍ତାର। ଭୀଷଣ ଗ୍ରୀଷ୍ମ ଲହରୀ ନେଇ ୯ ଜିଲ୍ଲା ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ଅନୁଗୁଳକୁ ରେଡ ୱାର୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଅଧିକ ଗରମ ନେଇ ୧୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଛି।
The post ଅସମ୍ଭାଳ ଖରାରେ ଆଉଟୁପାଉଟୁ ଜନଜୀବନ, ବାରିପଦା ସବୁଠୁ ଉତ୍ତପ୍ତ ସହର appeared first on KNews Odisha.