ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା: ୨୪୨ ଯାତ୍ରୀ ଥିବା ସୂଚନା

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର କିଛି ସମୟ ପରେ ମୋଘାନୀ ନଗରରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ସେଥିରେ ନିଆଁ ଲାଗିଯାଇଛି। ବିମାନରେ କ୍ରୁ ସଦସ୍ୟଙ୍କ ସମେତ ମୋଟ୍‌ ୨୪୨ ଯାତ୍ରୀ ଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ଅଞ୍ଚଳରେ ଆକାଶ କଳା ଧୂଆଁମୟ ହୋଇଯାଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅହମ୍ମଦାବାଦରୁ ଲଣ୍ଡନ ଯିବାକୁ ଉଡ଼ାଣ ଭରିଥିଲା ବିମାନ। […]

ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା: ୨୪୨ ଯାତ୍ରୀ ଥିବା ସୂଚନା
Major plane crash in Ahmedabad accident during take off

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର କିଛି ସମୟ ପରେ ମୋଘାନୀ ନଗରରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ସେଥିରେ ନିଆଁ ଲାଗିଯାଇଛି। ବିମାନରେ କ୍ରୁ ସଦସ୍ୟଙ୍କ ସମେତ ମୋଟ୍‌ ୨୪୨ ଯାତ୍ରୀ ଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ଅଞ୍ଚଳରେ ଆକାଶ କଳା ଧୂଆଁମୟ ହୋଇଯାଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅହମ୍ମଦାବାଦରୁ ଲଣ୍ଡନ ଯିବାକୁ ଉଡ଼ାଣ ଭରିଥିଲା ବିମାନ। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ସମସ୍ତ ସଡ଼କ ପଥ ସିଲ୍‌ କରାଯାଇଛି। ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ମଧ୍ୟ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିବା ସୂଚନା ମିଳିଛି।

ରିପୋର୍ଟ ଅନୁସାରେ, ଏହି ଘଟଣା ପରେ ଅହମ୍ମଦବାଦରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସମସ୍ତ ପ୍ରମୁଖ ରାସ୍ତାକୁ ସିଲ କରାଯାଇଛି, ଯାହା ଫଳରେ ସହରରେ ଯାତାୟାତ ବ୍ୟବସ୍ଥା ପ୍ରଭାବିତ ହୋଇଛି। ଏହା ସହିତ, ବିମାନବନ୍ଦର କର୍ତ୍ତୃପକ୍ଷ ଯାତ୍ରୀମାନଙ୍କୁ ଫ୍ଲାଇଟ ସ୍ଥିତି ଯାଞ୍ଚ କରିବାକୁ ପରାମର୍ଶ ଦେଇଛନ୍ତି। ତେବେ ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ସୂଚନାଥାଉ କି, ନିଆଁ ଲିଭାଇବା ପାଇଁ ୭ ଟି ଦମକଳ ବାହିନୀ ଘଟଣାସ୍ଥଳରେ ନିୟୋଜିତ ହୋଇଛି । ଯୁଦ୍ଧକାଳୀନ ଭିତ୍ତିରେ ଗୁରୁତରଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ସେମାନଙ୍କୁ ଅହମ୍ମଦାବାଦସ୍ଥିତ ସିଭିଲ ହସ୍ପିଟଲାକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି । ଉଦ୍ଧାର କାର୍ଯ୍ୟରେ ବିଏସଏଫ ଯବାନମାନଙ୍କୁ ମଧ୍ୟ ନିୟୋଜିତ କରାଯାଇଥିବା ଜଣା ପଡିଛି । ସେପଟେ ଗୃହମନ୍ତ୍ରୀ ଅମିତ ଶାହା ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି।