ଆଇଏଏସ୍‌ ସ୍ତରରେ ଅଦଳବଦଳ : ଶାଶ୍ବତ ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ

ଭୁବନେଶ୍ବର : ଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୬ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ଶାଶ୍ବତ ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ ହୋଇଛନ୍ତି। ପୂର୍ବରୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ଶାଶ୍ୱତ ମିଶ୍ର ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପାଇଥିଲେ। ଏହା ସହିତ ତାଙ୍କୁ ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ କମିଶନ (OSSSC) ର ଅଧ୍ୟକ୍ଷ ଭାବେ ଅତିରିକ୍ତ […]

ଆଇଏଏସ୍‌ ସ୍ତରରେ ଅଦଳବଦଳ : ଶାଶ୍ବତ ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ
ias-reshuffle-in-odisha

ଭୁବନେଶ୍ବର : ଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୬ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ଶାଶ୍ବତ ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ ହୋଇଛନ୍ତି। ପୂର୍ବରୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ଶାଶ୍ୱତ ମିଶ୍ର ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପାଇଥିଲେ। ଏହା ସହିତ ତାଙ୍କୁ ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ କମିଶନ (OSSSC) ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ।

532ccf6b 52fe 42c6 8dc2 89fe9acabca0

ଆଜି ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁସାରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା  ୧୯୯୬ ବ୍ୟାଚ୍‌ର ଆଇଏଏସ୍‌ ଶାଶ୍ବତ ମିଶ୍ରଙ୍କୁ ଅର୍ଥ ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଛି। ଏଥି ସହିତ ପୂର୍ବରୁ ପାଇଥିବା ଶକ୍ତି ବିଭାଗ ଓ ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ କମିଶନ (OSSSC) ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ସେ ତୁଲାଇବେ।

ଅନ୍ୟପଟେ କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ୧୯୯୯ ବ୍ୟାଚ୍‌ର ଆଇଏଏସ୍ ଅଫିସର ଏନ୍‌.ବି.ଏସ୍‌ ରାଜପୁତଙ୍କୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ଶାଶ୍ୱତ ମିଶ୍ରଙ୍କ ସ୍ଥାନରେ ତାଙ୍କୁ ଏହି ନିଯୁକ୍ତି ମିଳିଛି।