ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ। ପୋଲିସ ଡିଜି, ଗୁଇନ୍ଦା ନିର୍ଦ୍ଦେଶକ, ଗୁଇନ୍ଦା ଆଇଜି ଓ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ... The post ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ appeared first on .
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ। ପୋଲିସ ଡିଜି, ଗୁଇନ୍ଦା ନିର୍ଦ୍ଦେଶକ, ଗୁଇନ୍ଦା ଆଇଜି ଓ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ ଅତିଥି ଭବନ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବୈଠକ ହୋଇଛି। ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି । ବିଭିନ୍ନ ଜିଲ୍ଲାର ଏସପି ବି ବୈଠକରେ ସାମିଲ ହୋଇଛନ୍ତି। ରାଜ୍ୟରେ ପୋଲିସର ସ୍ଥିତି, ଆଇନ ଶୃଙ୍ଖଳା ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି ବୋଲି ପୋଲିସ ଡିଜି କହିଛନ୍ତି । ଏହାସହ ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର ବାବଦରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ପୋଲିସ ଡିଜି ସୌଜନ୍ୟମୂଳକ ସାକ୍ଷାତ କରିବା ବେଳେ ଅନେକ ପ୍ରସଙ୍ଗରେ ଆଲୋଚନା ହୋଇଛି। ଏହା ସହ ଆସନ୍ତା ଜୁଲାଇରୁ କାର୍ଯ୍ୟକାରୀ ହେବାକୁ ଥିବା ଦେଶର ତିନୋଟି ଗୁରୁତ୍ୱପୂର୍ଣ ଆଇନ ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ପୋଲିସ ଡିଜି । ଏତଲା ଦେବାକୁ ଥାନାକୁ ଆସୁଥିବା ଯେକୌଣସି ବ୍ୟକ୍ତି ଯେପରି ହାରାସ ନ ହୁଅନ୍ତି, ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
The post ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ appeared first on .