ଆଇପିଏଲ ୨୦୨୪: ଜିତିଲା ପଞ୍ଜାବ କିଙ୍ଗ୍ସ, ହାରିଲା ଦିଲ୍ଲୀ କ୍ୟାପିଟାଲ୍ସ
ଚଣ୍ଡିଗଡ଼: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)-୨୦୨୪ର ଦ୍ୱିତୀୟ ମ୍ୟାଚ ପଞ୍ଜାବ କିଙ୍ଗ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏହି ଗୁରୁତ୍ବପୂର୍ଣ୍ଣ ମ୍ୟାଚରେ ଆଜି ପଞ୍ଜାବ କିଙ୍ଗ୍ସ ୪ ୱିକେଟରେ ବିଜୟ ଲାଭ କରିଛି। ଏହି ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ଟସ ଜିତିଥିଲା ଏବଂ ପ୍ରଥମେ ଫିଲ୍ଡିଂ ପାଇଁ ନିଷ୍ପତ୍ତି ନେଇଥିଲା। ଫଳରେ ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା ଦିଲ୍ଲୀ କ୍ୟାପିଟାଲ୍ସ। ନିର୍ଦ୍ଧାରିତ ୨୦ ଓଭରରେ ଦିଲ୍ଲୀ କ୍ୟାପିଟାଲ୍ସ ୯ ୱିକେଟ୍ ବିନିମୟରେ ୧୭୪ […]

ଚଣ୍ଡିଗଡ଼: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)-୨୦୨୪ର ଦ୍ୱିତୀୟ ମ୍ୟାଚ ପଞ୍ଜାବ କିଙ୍ଗ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏହି ଗୁରୁତ୍ବପୂର୍ଣ୍ଣ ମ୍ୟାଚରେ ଆଜି ପଞ୍ଜାବ କିଙ୍ଗ୍ସ ୪ ୱିକେଟରେ ବିଜୟ ଲାଭ କରିଛି। ଏହି ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ଟସ ଜିତିଥିଲା ଏବଂ ପ୍ରଥମେ ଫିଲ୍ଡିଂ ପାଇଁ ନିଷ୍ପତ୍ତି ନେଇଥିଲା। ଫଳରେ ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା ଦିଲ୍ଲୀ କ୍ୟାପିଟାଲ୍ସ। ନିର୍ଦ୍ଧାରିତ ୨୦ ଓଭରରେ ଦିଲ୍ଲୀ କ୍ୟାପିଟାଲ୍ସ ୯ ୱିକେଟ୍ ବିନିମୟରେ ୧୭୪ ରନ୍ ସଂଗ୍ରହ କରିଥିଲା ଏବଂ ପଞ୍ଜାବ କିଙ୍ଗ୍ସ ୧୭୫ ରନର ବିଜୟ ଲକ୍ଷ୍ୟ ଦେଇଥିଲା। ଏହାର ଜବାବରେ ପଞ୍ଜାବ କିଙ୍ଗ୍ସ ୧୯.୨ ଓଭରରେ ୬ୱିକେଟ ହରାଇ ୧୭୭ ରନ୍ ସଂଗ୍ରହ କରି ବିଜୟୀ ହୋଇଥିଲା।