ଆଇପିଏସ ସ୍ତରରେ ବଡ଼ ଅଦଳବଦଳ: ବଦଳିଲେ ଟ୍ୱିନ୍ ସିଟି ପୋଲିସ କମିଶନର

ଭୁବନେଶ୍ୱର,୨୯।୯: ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ଓଡିଶା ସରକାର। ଭରତପୁର ଥାନା ମାମଲାରେ ବଦନାମ ହୋଇଥିବା କମିସନରେଟ ପୋଲିସ ମୁଖ୍ୟ ସଞ୍ଜୀବ ପଣ୍ଡାଙ୍କୁ ବଦଳି କରାଯାଇଛି। 1998 ବ୍ୟାଚ୍ ଆଇପିଏସ ଅଫିସର ସୁରେଶ ଦେବଦତ୍ତ ସିଂଙ୍କୁ କଟକ-ଭୁବନେଶ୍ୱର ନୂଆ କମିଶନର ଭାବେ ନିଯୁକ୍ତ କରାଯାଇଥିବା ବେଳେ ସଞ୍ଜୀବଙ୍କୁ ଏଡିଜି ଟ୍ରେନିଂ, ବିପିଏସପିଏ ନିର୍ଦ୍ଦେଶକ ନିଯୁକ୍ତ କରାଯାଇଛି। ସେହିଭଳି ଏକେ ରାୟଙ୍କୁ ଜେଲ୍ ବିଭାଗ ଡିଜି, ବିନୟତୋଷ ମିଶ୍ରଙ୍କୁ ଏଡିଜି,ସିଆଇଡି-ସିବି ନିଯକ୍ତ କରାଯାଇଛି, ଆରପି କୋଚେଙ୍କୁ […] The post ଆଇପିଏସ ସ୍ତରରେ ବଡ଼ ଅଦଳବଦଳ: ବଦଳିଲେ ଟ୍ୱିନ୍ ସିଟି ପୋଲିସ କମିଶନର appeared first on Dharitri Odia News.

ଆଇପିଏସ ସ୍ତରରେ ବଡ଼ ଅଦଳବଦଳ: ବଦଳିଲେ ଟ୍ୱିନ୍ ସିଟି ପୋଲିସ କମିଶନର

ଭୁବନେଶ୍ୱର,୨୯।୯: ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ଓଡିଶା ସରକାର। ଭରତପୁର ଥାନା ମାମଲାରେ ବଦନାମ ହୋଇଥିବା କମିସନରେଟ ପୋଲିସ ମୁଖ୍ୟ ସଞ୍ଜୀବ ପଣ୍ଡାଙ୍କୁ ବଦଳି କରାଯାଇଛି। 1998 ବ୍ୟାଚ୍ ଆଇପିଏସ ଅଫିସର ସୁରେଶ ଦେବଦତ୍ତ ସିଂଙ୍କୁ କଟକ-ଭୁବନେଶ୍ୱର ନୂଆ କମିଶନର ଭାବେ ନିଯୁକ୍ତ କରାଯାଇଥିବା ବେଳେ ସଞ୍ଜୀବଙ୍କୁ ଏଡିଜି ଟ୍ରେନିଂ, ବିପିଏସପିଏ ନିର୍ଦ୍ଦେଶକ ନିଯୁକ୍ତ କରାଯାଇଛି।

ସେହିଭଳି ଏକେ ରାୟଙ୍କୁ ଜେଲ୍ ବିଭାଗ ଡିଜି, ବିନୟତୋଷ ମିଶ୍ରଙ୍କୁ ଏଡିଜି,ସିଆଇଡି-ସିବି ନିଯକ୍ତ କରାଯାଇଛି, ଆରପି କୋଚେଙ୍କୁ ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ, ପୂର୍ବତନ ଟ୍ୱିନ ସିଟି କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀଙ୍କୁ ଏଡିଜିପି ADGP ଆଧୁନିକୀକରଣ ଦାୟିତ୍ୱ ଦାୟିତ୍ୱ, ସନ୍ତୋଷ ଵାଲାଙ୍କୁ ଏସସିଆରବି ଏବଂ ଏସଏଫଏସଏଲ ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି। ବରିଷ୍ଠ ଆଇପିଏସ ଅଧିକାରୀ ଅରୁଣ ବୋଥ୍ରାଙ୍କୁ ରେଲୱେ ଏବଂ ଉପକୂଳ ସୁରକ୍ଷା ଏଡିଜିପି ନିଯୁକ୍ତ କରାଯାଇଛି।

The post ଆଇପିଏସ ସ୍ତରରେ ବଡ଼ ଅଦଳବଦଳ: ବଦଳିଲେ ଟ୍ୱିନ୍ ସିଟି ପୋଲିସ କମିଶନର appeared first on Dharitri Odia News.