ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ: ଆସିଲା ଭାରତୀୟ ନ୍ୟାୟଦେବୀଙ୍କର ନୂଆ ରୂପ
ନୂଆଦିଲ୍ଲୀ,୧୬ା୧୦: ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ ନ୍ୟାୟଦେବୀଙ୍କ ସ୍ୱରୂପକୁ ବଦଳାଇ ଦିଆଯାଇଛି। ପ୍ରଧାନ ବିଚାରପତିଙ୍କ ବିଚାରରେ, ଖଣ୍ଡା ହେଉଛି ହିଂସାର ପ୍ରତୀକ। କିନ୍ତୁ ଅଦାଲତଙ୍କ କାର୍ଯ୍ୟ ହିଂସାତ୍ମକ ନୁହେଁ। ବରଂ ସାମ୍ବିଧାନିକ ବିଧି ବ୍ୟବସ୍ଥା ଭିତରେ ଏହା ନ୍ୟାୟ ପ୍ରଦାନ କରିଥାନ୍ତି। ସେହିପରି ନ୍ୟାୟଦେବୀଙ୍କ ଆଖିରେ ବନ୍ଧା ଯାଉଥିବା କଳା କପଡ଼ାଟିକୁ କାଢ଼ି […] The post ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ: ଆସିଲା ଭାରତୀୟ ନ୍ୟାୟଦେବୀଙ୍କର ନୂଆ ରୂପ appeared first on Dharitri Odia News.
ନୂଆଦିଲ୍ଲୀ,୧୬ା୧୦: ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ ନ୍ୟାୟଦେବୀଙ୍କ ସ୍ୱରୂପକୁ ବଦଳାଇ ଦିଆଯାଇଛି।
ପ୍ରଧାନ ବିଚାରପତିଙ୍କ ବିଚାରରେ, ଖଣ୍ଡା ହେଉଛି ହିଂସାର ପ୍ରତୀକ। କିନ୍ତୁ ଅଦାଲତଙ୍କ କାର୍ଯ୍ୟ ହିଂସାତ୍ମକ ନୁହେଁ। ବରଂ ସାମ୍ବିଧାନିକ ବିଧି ବ୍ୟବସ୍ଥା ଭିତରେ ଏହା ନ୍ୟାୟ ପ୍ରଦାନ କରିଥାନ୍ତି। ସେହିପରି ନ୍ୟାୟଦେବୀଙ୍କ ଆଖିରେ ବନ୍ଧା ଯାଉଥିବା କଳା କପଡ଼ାଟିକୁ କାଢ଼ି ଦିଆଯାଇଛି। କିନ୍ତୁ ହାତରେ ଧରିଥିବା ନ୍ୟାୟ ତରାଜୁ ପୂର୍ବପରି ରହିଛି ।
କିଛିଦିନ ତଳେ ଭାରତ ସରକାର ଇଂରେଜ ଅମଳର ନ୍ୟାୟ ବ୍ୟବସ୍ଥାକୁ ବଦଳାଇ ଦେଇଥିଲେ। ଏବେ ନ୍ୟାୟଦେବୀଙ୍କ ସ୍ୱରୂପରେ ମଧ୍ୟ ପରିବର୍ତ୍ତନ ଅଣାଯାଇଛି। ପୂର୍ବରୁ ଥିବା ନ୍ୟାୟଦେବୀଙ୍କ ଆଖିରେ କଳାପାତି ଦେବାର ଦୃଷ୍ଟିହୀନତା ଆଇନ ସମ୍ମୁଖରେ ସମାନତାକୁ ପ୍ରତିପାଦିତ କରିବା ପାଇଁ ଉଦ୍ଦିଷ୍ଟ ଥିଲା, ଏହାର ଅର୍ଥ ହେଉଛି ଯେ, ଅଦାଲତ ଏହା ସମ୍ମୁଖରେ ଉପସ୍ଥିତ ଥିବା ବ୍ୟକ୍ତିଙ୍କ ଧନ, ଶକ୍ତି କିମ୍ବା ଅନ୍ୟ ସ୍ଥିତିର ଚିହ୍ନ ଦେଖି ପାରିବେ ନାହିଁ, ଯେତେବେଳେ କି ଖଣ୍ଡା ଅନ୍ୟାୟକୁ ଦଣ୍ଡିତ କରିବାର କ୍ଷମତାର ପ୍ରତୀକ ଅଟେ।
ସୂତ୍ରରୁ ପ୍ରକାଶ ପ୍ରଧାନବିଚାରପତି ଚନ୍ଦ୍ରଚୂଡ଼ ବିଶ୍ୱାସ କରନ୍ତି ଯେ, ଭାରତ ବ୍ରିଟିଶ ଲିଗାସୀରୀ ଆଗକୁବାଢିବା ଉଚିତ। ଭାରତରେ ନ୍ୟାୟ ବ୍ୟବସ୍ଥା ଅନ୍ଧ ନୁହେଁ, ଏହା ସମସ୍ତଙ୍କୁ ସମାନ ଭାବରେ ଦେଖେ।
The post ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ: ଆସିଲା ଭାରତୀୟ ନ୍ୟାୟଦେବୀଙ୍କର ନୂଆ ରୂପ appeared first on Dharitri Odia News.