ଆଉ ନାହାନ୍ତି ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ, ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୯/୦୩:  ଆଉ ନାହାନ୍ତି ଭୋଗରାଇର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଅନନ୍ତ ଦାସ । ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କହିଛନ୍ତି ସ୍ବର୍ଗତ ଦାସ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପ୍ରଶାସକ ଥିଲେ । ରାଜ୍ୟର ଓ ବାଲେଶ୍ବର ବିକାଶରେ ତାଙ୍କର ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରହିଛି । ରାଜ୍ୟ ଜଣେ ଅମାୟିକ ଜନ ସେବକକଙ୍କୁ ହରାଇଲା । ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଲୋକଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଦୀର୍ଘ ଦିନ ହେଲା ଅସୁସ୍ଥ ଥିଲେ ଅନନ୍ତ ଦାସ ।ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ ସେ ।  ରବିବାର ଭୋର ୩ଟାରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ତାଙ୍କ ବିୟୋଗ ଖବର ସମସ୍ତଙ୍କୁ ଶୋକରେ ବୁଡାଇ ଦେଇଛି । ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ମନ୍ତ୍ରୀ ଓ ବିଧାୟକ ଭାବେ ସେ ରାଜ୍ୟର ଓ ବାଲେଶ୍ଵର ଅଞ୍ଚଳର ବିକାଶ ପାଇଁ ନିଜର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି। ତାଙ୍କ ବିୟୋଗ ଯୋଗୁଁ ରାଜ୍ୟ ଜଣେ ଅମାୟିକ ଜନ ସେବକଙ୍କୁ ହରାଇଲା। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର…— Mohan Charan Majhi (@MohanMOdisha) March 9, 2025୧୯୪୦, ଅଗଷ୍ଟ ୨୮ରେ ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବଲିମ ପଞ୍ଚା

ଆଉ ନାହାନ୍ତି ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ, ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୯/୦୩:  ଆଉ ନାହାନ୍ତି ଭୋଗରାଇର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଅନନ୍ତ ଦାସ । ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କହିଛନ୍ତି ସ୍ବର୍ଗତ ଦାସ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପ୍ରଶାସକ ଥିଲେ । ରାଜ୍ୟର ଓ ବାଲେଶ୍ବର ବିକାଶରେ ତାଙ୍କର ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରହିଛି । ରାଜ୍ୟ ଜଣେ ଅମାୟିକ ଜନ ସେବକକଙ୍କୁ ହରାଇଲା । ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଲୋକଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । 


ଦୀର୍ଘ ଦିନ ହେଲା ଅସୁସ୍ଥ ଥିଲେ ଅନନ୍ତ ଦାସ ।ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ ସେ ।  ରବିବାର ଭୋର ୩ଟାରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ତାଙ୍କ ବିୟୋଗ ଖବର ସମସ୍ତଙ୍କୁ ଶୋକରେ ବୁଡାଇ ଦେଇଛି । 


୧୯୪୦, ଅଗଷ୍ଟ ୨୮ରେ ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବଲିମ ପଞ୍ଚାୟତ କୁରୁଠିଆ ଗାଁରେ ଜନ୍ମଗ୍ରହଣ କରିଥିଲେ ଅନନ୍ତ ଦାସ । ପାଟପଢା ଶେଷ ପରେ ସେ ଭଦ୍ରକରେ ଏଡିଏମ୍‌ ଭାବରେ କାର୍ଯ୍ୟକରି ଅବସର ନେଇଥିଲେ ।ଏହା ପରେ ଅନନ୍ତଙ୍କର ରାଜନୀତିରେ ଏଣ୍ଟ୍ରି ହୋଇଥିଲା । ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ  ୪ ଥର ବିଜୁ ଜନତା ଦଳରୁ ବିଧାୟକ ଥିଲେ ଏହି ବରିଷ୍ଠ ରାଜନେତା । ୨୦୧୪ରେ ନବୀନ ସରକାରରେ ଉଚ୍ଚଶିକ୍ଷା ଓ ଶିଳ୍ପ ମନ୍ତ୍ରୀ ଭାବେ ସୁଚାରୁ ରୂପରେ ଦାୟିତ୍ବ ତୁଲାଇଛନ୍ତି ସେ  ।