ଆଉ ନାହାନ୍ତି ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି
ଭୁବନେଶ୍ୱର,୨୭।୨: ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। କିଛିଦିନ ହେଲା ସେ ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ। ୬୬ବର୍ଷ ବୟସରେ ସେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି। ଭେଟେରାନ ଅଭିନେତା ଉତ୍ତମ ମହାନ୍ତି କିଛିଦିନ ତଳେ ଗୁରୁତର ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ। ହଠାତ୍ […] The post ଆଉ ନାହାନ୍ତି ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି appeared first on Dharitri Odia News.
ଭୁବନେଶ୍ୱର,୨୭।୨: ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। କିଛିଦିନ ହେଲା ସେ ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ। ୬୬ବର୍ଷ ବୟସରେ ସେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି।
ଭେଟେରାନ ଅଭିନେତା ଉତ୍ତମ ମହାନ୍ତି କିଛିଦିନ ତଳେ ଗୁରୁତର ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ। ହଠାତ୍ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯିବା ପରେ ଦିଲ୍ଲୀର ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।
୭୦ ଦଶକରେ ନିଜ ଅଭିନୟ ମାଧ୍ୟମରେ ଘରେ ଘରେ ପରିଚୟ ସୃଷ୍ଟି କରିଥିଲେ ଉତ୍ତମ ମହାନ୍ତି। ୧୯୭୭ରେ ପ୍ରଥମ ସିନେମା ‘ଅଭିମାନ’ରୁ କ୍ୟାରିୟର ଆରମ୍ଭ କରିଥିଲେ ସେ। ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ ଉତ୍ତମ। ଏପରି କି ନିଖୁଣ ଅଭିନୟ ଲାଗି ସେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ଭଳି ଅନେକ ପୁରସ୍କାର ପାଇଥିଲେ।
ମୟୂରଭଞ୍ଜ ଜିଲାର ବାରିପଦାଠାରେ ଜନ୍ମ ହୋଇଥିଲେ ଉତ୍ତମ ମହାନ୍ତି। ସେ ୧୩୫ଟି ଓଡ଼ିଆ, ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ। ଅଭିନେତ୍ରୀ ଅପରାଜିତାଙ୍କୁ ସେ ବିବାହ କରିଥିଲେ। ତାଙ୍କ ପୁଅ ବାବୁସାନ ମଧ୍ୟ ଜଣେ ଆଗଧାଡିର ଅଭିନେତା। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।
The post ଆଉ ନାହାନ୍ତି ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି appeared first on Dharitri Odia News.