ଆଉ ମାଟ୍ରିକ ନୁହେଁ, ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ଯୋଗ୍ୟତା ସ୍ନାତକ
ଭୁବନେଶ୍ୱର,୨୩ା୪: ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି। ମୋଟ୍ ୫ଟି ବିଭାଗର ୬ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବକୁ ଆଲୋଚନା ପରେ ଅନୁମୋଦନ କରାଯାଇଥିବା ମୁଖ୍ୟ ଶାସନ […] The post ଆଉ ମାଟ୍ରିକ ନୁହେଁ, ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ଯୋଗ୍ୟତା ସ୍ନାତକ appeared first on Dharitri Odia News.
ଭୁବନେଶ୍ୱର,୨୩ା୪: ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି। ମୋଟ୍ ୫ଟି ବିଭାଗର ୬ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବକୁ ଆଲୋଚନା ପରେ ଅନୁମୋଦନ କରାଯାଇଥିବା ମୁଖ୍ୟ ଶାସନ ସଚିବ କହିଛନ୍ତି।
ଏଥିସହିତ ସରକାର ଅବକାରୀ ବିଭାଗ ନିୟମ ୨୦୧୭ ମଧ୍ୟ ସଂଶୋଧନ କରିଛନ୍ତି। ଅନୁସୂଚିତ ଜାତି ଓ ଜନଜାତି କ୍ୟାଡର ପୁନଃଗଠନ ହେବ। ଏଥିସହିତ ୨୪ ନୂଆ ପଦବୀ ସୃଷ୍ଟି କରାଯିବାକୁ କ୍ୟାବିନେଟ୍ରେ ମଞ୍ଜୁରୀ ମିଳିଛି। ଅବକାରୀ କନଷ୍ଟେବଳ ଡିଭିଜନ ବଦଳାଯାଇ ଜିଲା କ୍ୟାଡର କରାଯାଇଛି। ୧୦୮ କୋଟି ଟଙ୍କା ବ୍ୟୟ ବରାଦରେ ବୈତରଣୀ ବାମ ଓ ଡାହାଣ କେନାଲ କାର୍ଯ୍ୟ ହେବ। ଏଥିସହିତ ଭଦ୍ରକ, ବାଲେଶ୍ବର, କେନ୍ଦୁଝରର ୬୦ ହଜାର ହେକ୍ଟର ଜମି ଜଳସେଚିତ ହେବ। ଆଗାମୀ ୫ ବର୍ଷ ପାଇଁ ୧୦୮ ସେବା ପାଇଁ ୨୩୯୮ କୋଟି ଟଙ୍କା ମଞ୍ଜୁରୀ କରାଯାଇଥିବା ମନୋଜ ଆହୁଜା ସୂଚନା ଦେଇଛନ୍ତି।
The post ଆଉ ମାଟ୍ରିକ ନୁହେଁ, ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ଯୋଗ୍ୟତା ସ୍ନାତକ appeared first on Dharitri Odia News.