ଆଉ ୩ ଦିନ ବନ୍ଦ ରହିବ ଶିମିଳିପାଳ

ବାରିପଦା,୨୬ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଦାନା’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ ରହିବ। ପୂର୍ବରୁ ବର୍ଷା ଆଶଙ୍କାରେ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ରହିଥିବା ବେଳେ ଏବେ ଏହାକୁ ଆଉ ୩ ଦିନ ବଢ଼ାଇ ଦିଆଯାଇଛି। ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଶିମିଳିପାଳ ମଧ୍ୟରେ ପାହାଡ଼ିଆ ମାଟି ରାସ୍ତାରେ ଅଘଟଣକୁ ରୋକିବା ପାଇଁ ଏହି ପଦକ୍ଷେପ ଗ୍ରହଣ କରାଯାଇଥିବା ବ୍ୟାଘ୍ର ସଂରକ୍ଷଣ […] The post ଆଉ ୩ ଦିନ ବନ୍ଦ ରହିବ ଶିମିଳିପାଳ appeared first on Dharitri Odia News.

ଆଉ ୩ ଦିନ ବନ୍ଦ ରହିବ ଶିମିଳିପାଳ

ବାରିପଦା,୨୬ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଦାନା’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ ରହିବ। ପୂର୍ବରୁ ବର୍ଷା ଆଶଙ୍କାରେ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ରହିଥିବା ବେଳେ ଏବେ ଏହାକୁ ଆଉ ୩ ଦିନ ବଢ଼ାଇ ଦିଆଯାଇଛି। ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଶିମିଳିପାଳ ମଧ୍ୟରେ ପାହାଡ଼ିଆ ମାଟି ରାସ୍ତାରେ ଅଘଟଣକୁ ରୋକିବା ପାଇଁ ଏହି ପଦକ୍ଷେପ ଗ୍ରହଣ କରାଯାଇଥିବା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ(ଦକ୍ଷିଣ)ର ଉପ ନିର୍ଦ୍ଦେଶକ ସମ୍ରାଟ ଗୌଡ଼ା ସୂଚନା ଦେଇଛନ୍ତି। ଏହି ସମୟ ମଧ୍ୟରେ ଅଭୟାରଣ୍ୟ ମଧ୍ୟକୁ କୌଣସି ଗାଡ଼ି ପ୍ରବେଶ କିମ୍ବା ପ୍ରସ୍ଥାନ କରିବ ନାହିଁ। ସ୍ଥିତିକୁ ଦେଖି ଆଗାମୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

The post ଆଉ ୩ ଦିନ ବନ୍ଦ ରହିବ ଶିମିଳିପାଳ appeared first on Dharitri Odia News.