ଆକର୍ଷଣୀୟ ଦେଖାଯିବାକୁ ଚାହୁଁଛନ୍ତି କି? ଆପଣାନ୍ତୁ ଏହି ଟିପ୍ସ

ବର୍ତ୍ତମାନ ସୂର୍ଯ୍ୟକିରଣ ପ୍ରଭାବରେ ତ୍ୱଚା ସମ୍ବନ୍ଧିତ ବିଭିନ୍ନ ସମସ୍ୟା ଦେଖାଦେଉଛି। ଏହା ଦୂରକରିବାକୁ ଅନେକେ ବ୍ୟୁଟି ପାର୍ଲର ଯିବାଠୁ ଆରମ୍ଭକରି ଦାମୀ ସୌନ୍ଦର୍ଯ୍ୟ ପ୍ରସାଧନ ବ୍ୟବହାର କରିବାକୁ ବି ପଛାଉନାହାନ୍ତି। ହେଲେ ଆପଣ ଚାହିଁଲେ କେତୋଟି ଘରୋଇ ଉପଚାର ଦ୍ୱାରା ଆକର୍ଷଣୀୟ ତ୍ୱଚା ପାଇପାରିବେ… କଦଳୀ ଓ ଅମୃତଭଣ୍ଡା ପ୍ୟାକ୍‌: ଏକ ୨ ବଡ଼ ଚାମଚ ପାଚିଲା ଅମୃତଭଣ୍ଡା ପେଷ୍ଟ, ୧ ଚାମଚ ପାଚିଲା କଦଳୀ ପେଷ୍ଟ, ୫-୭ଟି ବାଦାମର ପେଷ୍ଟ, ଅଧା ଚାମଚ ଆଲୋଭେରା ଜେଲ୍‌, […] The post ଆକର୍ଷଣୀୟ ଦେଖାଯିବାକୁ ଚାହୁଁଛନ୍ତି କି? ଆପଣାନ୍ତୁ ଏହି ଟିପ୍ସ appeared first on Dharitri Odia News.

ଆକର୍ଷଣୀୟ ଦେଖାଯିବାକୁ ଚାହୁଁଛନ୍ତି କି? ଆପଣାନ୍ତୁ ଏହି ଟିପ୍ସ

ବର୍ତ୍ତମାନ ସୂର୍ଯ୍ୟକିରଣ ପ୍ରଭାବରେ ତ୍ୱଚା ସମ୍ବନ୍ଧିତ ବିଭିନ୍ନ ସମସ୍ୟା ଦେଖାଦେଉଛି। ଏହା ଦୂରକରିବାକୁ ଅନେକେ ବ୍ୟୁଟି ପାର୍ଲର ଯିବାଠୁ ଆରମ୍ଭକରି ଦାମୀ ସୌନ୍ଦର୍ଯ୍ୟ ପ୍ରସାଧନ ବ୍ୟବହାର କରିବାକୁ ବି ପଛାଉନାହାନ୍ତି। ହେଲେ ଆପଣ ଚାହିଁଲେ କେତୋଟି ଘରୋଇ ଉପଚାର ଦ୍ୱାରା ଆକର୍ଷଣୀୟ ତ୍ୱଚା ପାଇପାରିବେ…

କଦଳୀ ଓ ଅମୃତଭଣ୍ଡା ପ୍ୟାକ୍‌: ଏକ ୨ ବଡ଼ ଚାମଚ ପାଚିଲା ଅମୃତଭଣ୍ଡା ପେଷ୍ଟ, ୧ ଚାମଚ ପାଚିଲା କଦଳୀ ପେଷ୍ଟ, ୫-୭ଟି ବାଦାମର ପେଷ୍ଟ, ଅଧା ଚାମଚ ଆଲୋଭେରା ଜେଲ୍‌, ଅଳ୍ପ ମହୁକୁ ଭଲଭାବେ ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଏହାକୁ ମୁହଁରେ ଲଗାଇ ୨୦-୨୫ ମିନିଟ୍‌ ପର୍ଯ୍ୟନ୍ତ ରଖିବା ପରେ ପାଣିରେ ଧୋଇଦିଅନ୍ତୁ। ଏହି ପ୍ୟାକ୍‌କୁ ସପ୍ତାହରେ ଥରେ କିମ୍ବା ୨ଥର ଲଗାନ୍ତୁ, ଦେଖିବେ ଖରାରେ ସିଝିବା ଭଳି ଦେଖାଯାଉଥିବା ସ୍କିନ୍‌ ପୁଣି ଗ୍ଲୋ କରିବ। ତା’ଛଡ଼ା ଏହି ପ୍ୟାକ୍‌ ଲଗାଇଲେ ରିଙ୍କିଲ୍‌ ମାର୍କ, କଳାଦାଗ, ଛାଇ ପଡ଼ିବା ଭଳି ଦାଗ ଆଦି ଦୂରହୋଇଯିବ।
କମଳା ଚୋପା ଓ ଆଲୋଭେରା ଜେଲ୍‌ ପ୍ୟାକ୍‌: ଏକ ପାତ୍ରରେ ୧ ଚାମଚ କମଳା ଚୋପା ପାଉଡର, ଅଧା ଚାମଚ ଆଲୋଭେରା ଜେଲ୍‌ ଏବଂ ଅଳ୍ପ ମୁଲତାନୀ ମାଟି ନେଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଏହାକୁ ମୁହଁରେ ଲଗାଇ ୧୦-୧୫ ମିନିଟ୍‌ ରଖିବା ପରେ ପାଣିରେ ଧୋଇ ଦିଅନ୍ତୁ। ଏହା ସନ୍‌ ଟ୍ୟାନ୍‌ ଦୂରକରିବା ସହ ସ୍କିନ୍‌ ଟୋନ୍‌ ବଢ଼ାଇବାରେ ସାହାଯ୍ୟ କରିବ।
ରୋଜ୍‌ ପ୍ୟାକ୍‌: କିଛି ଗୋଲାପଫୁଲର ପାଖୁଡ଼ାକୁ ପେଷ୍ଟ କରିଦିଅନ୍ତୁ। ୧ ଚାମଚ ଏହି ପେଷ୍ଟ ସହ ୨-୩ ଚାମଚ କଞ୍ଚାକ୍ଷୀର, ୪-୫ ବୁନ୍ଦା ମହୁ ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଏହାକୁ ମୁହଁରେ ଲଗାଇ ୧୫-୨୦ ମିନିଟ୍‌ ରଖିବା ପରେ ପାଣିରେ ଧୋଇଦିଅନ୍ତୁ। ଏହା ତ୍ୱଚାକୁ ଉଜ୍ଜ୍ୱଳ କରିବା ସହ ବ୍ରଣ ଦାଗ ଆଦି ସମସ୍ୟା ଦୂରକରିବ।

The post ଆକର୍ଷଣୀୟ ଦେଖାଯିବାକୁ ଚାହୁଁଛନ୍ତି କି? ଆପଣାନ୍ତୁ ଏହି ଟିପ୍ସ appeared first on Dharitri Odia News.