ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ ଘଟଣାରେ ପାଟପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଖାରିଗୁଡ଼ା ଗ୍ରାମର କାଳିଆ ନାୟକ। ଥାନା ମାମଲା ନଂ.୨୦୩/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ସେହିପରି ଏହି ଘଟଣାରେ […] The post ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ appeared first on Dharitri Odia News.

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ ଘଟଣାରେ ପାଟପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଖାରିଗୁଡ଼ା ଗ୍ରାମର କାଳିଆ ନାୟକ। ଥାନା ମାମଲା ନଂ.୨୦୩/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

ସେହିପରି ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ବ୍ରହ୍ମପୁର ଜୁଭେନାଇଲ ଜଷ୍ଟିସ ବୋର୍ଡରେ ପୋଲିସ ହାଜର କରିଛି। ଗ୍ରାମରେ ଯାତ୍ରା ଚାଲିଥିବାବେଳେ ଗ୍ରାମର ପୂର୍ଣ୍ଣ ଚନ୍ଦ୍ର ନାୟକ,ଅଜିତ ନାୟକ ଦୁଇ ଭାଇ ତାଙ୍କ ଭଉଣୀଙ୍କୁ ସାଙ୍ଗରେ ନେଇ ଯାତ୍ରା ଦେଖିବାକୁ ଯାଇଥିଲେ। କାଳିଆ ଏକ ପେଙ୍କାଳି ବଜାଇ ତାଙ୍କ ଭଉଣୀଙ୍କୁ କମେଣ୍ଟ ମାରିଥିଲେ। ପୂର୍ଣ୍ଣ ଓ ଅଜିତ ଦୁଇ ଭାଇ ପ୍ରତିବାଦ କରିବାରୁ କାଳିଆ ଏବଂ ନାବାଳକ ଜଣକ ଦୁଇ ଭାଇଙ୍କୁ ଆକ୍ରମଣ କରିଥିଲେ। କାଳିଆ ହାତରେ ପିନ୍ଧିଥିବା ଲୁହାବଳା ଅଜିତଙ୍କ ମୁଣ୍ଡକୁ ମାଡମାରି ରକ୍ତାକ୍ତ କରି ଦେଇଥିଲେ। ଖବର ପାଇ ପାଟପୁର ପୋଲିସ ଟିମ ଘଟଣା ସ୍ଥଳରେ ପହଞ୍ଚି ଅଜିତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ମେଡିକାଲ ପଠାଇଥିଲେ। ଏନେଇ ଏତଲା ହେବାପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ।

 

The post ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ appeared first on Dharitri Odia News.