ଆଖି ବୁଜିଲେ ବଳଙ୍ଗା ପୀଡିତା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା!
ଭୁବନେଶ୍ୱର,୨।୮: ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡିତା। ଏତେଦିନର ସଂଘର୍ଷ ପରେ ଜୀବନ ହାରିଛନ୍ତି ପୀଡିତା। ଆଖିବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା । ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ହୋଇଥିଲେ ଏୟାରଲିଫ୍ଟ । ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ପରେ X ଯୋଗେ ସୂଚନା ଦେବା ସହିତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । X ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ‘ବଳଙ୍ଗା ଘଟଣାରେ ପୀଡ଼ିତା […] The post ଆଖି ବୁଜିଲେ ବଳଙ୍ଗା ପୀଡିତା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା! appeared first on Dharitri Odia News.
ଭୁବନେଶ୍ୱର,୨।୮: ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡିତା। ଏତେଦିନର ସଂଘର୍ଷ ପରେ ଜୀବନ ହାରିଛନ୍ତି ପୀଡିତା। ଆଖିବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା । ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ହୋଇଥିଲେ ଏୟାରଲିଫ୍ଟ ।
ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ପରେ X ଯୋଗେ ସୂଚନା ଦେବା ସହିତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । X ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ‘ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ବୋଲି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଛି।’
ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ।
ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ…
— Mohan Charan Majhi (@MohanMOdisha) August 2, 2025
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମଧ୍ୟ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ସେ ଲେଖିଛନ୍ତି, ‘ଏକ ଅଭାବନୀୟ ତଥା ଦୁର୍ଭାଗ୍ୟଜନକ ଅଘଟଣ ପରେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା ବଳଙ୍ଗା ପୀଡ଼ିତାଙ୍କର ପରଲୋକ ଘଟିଛି। ଅମର ଆତ୍ମାର ସଦଗତି କାମନା କରିବା ସହ ଏ ଦୁଖଃଦ ପରିସ୍ଥିତିରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି। ଡାକ୍ତରୀ ଦଳ ଏବଂ ସରକାରଙ୍କ ସମସ୍ତ ପ୍ରକାର ଚେଷ୍ଟା ସତ୍ତ୍ଵେ ବଞ୍ଚାଇ ପାରିନଥିବାରୁ ଆମେ ଅତ୍ୟନ୍ତ ଦୁଃଖିତ।’
The post ଆଖି ବୁଜିଲେ ବଳଙ୍ଗା ପୀଡିତା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା! appeared first on Dharitri Odia News.