ଆଗାମୀ ତିନି ଦିନ ଅଧା ଓଡ଼ିଶାରେ ହେବ ଘନକୁହୁଡ଼ି!

ଆଗାମୀ ତିନି ଦିନ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘନ କୁହୁଡ଼ି ହୋଇପାରେ। କୁହୁଡ଼ିର ପ୍ରଭାବ ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିବ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନେ ଜାରୀ କରିଛି।

ଆଗାମୀ ତିନି ଦିନ ଅଧା ଓଡ଼ିଶାରେ ହେବ ଘନକୁହୁଡ଼ି!

ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଗୁରୁଚାପ ବଳୟ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘନକୁହୁଡ଼ି ଦୃଶ୍ୟମାନ ହେବାର ସମ୍ଭାବନା ରହିଛି। ଆଗାମୀ ତିନି ଦିନ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘନ କୁହୁଡ଼ି ହୋଇପାରେ। କୁହୁଡ଼ିର ପ୍ରଭାବ ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିବ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନେ ଜାରୀ କରିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରୀ କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ଅର୍ଥାତ ୧୯ ତାରିଖ ସକାଳେ କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା କେତେକ ସ୍ଥାନରେ ପ୍ରବଳ ଘନକୁହୁଡ଼ି ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ଦୃଶ୍ୟମାନ ୫୦ ମିଟରରୁ ଅଧିକ ଓ ୨୦୦ ମିଟରରୁ କମ୍‌ ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୦ ତାରିଖ ସାକାଳେ ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ୍‌ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ କୁହୁଡ଼ି ବହାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ଦୃଶ୍ୟମାନ ୫୦ ମିଟରରୁ ଅଧିକ ଓ ୨୦୦ ମିଟରରୁ କମ୍‌ ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୧ ତାରିଖରେ କୋରାପୁଟ, ନବରଗଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ କୁହୁଡ଼ି ବହାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ଦୃଶ୍ୟମାନ ୫୦ ମିଟରରୁ ଅଧିକ ଓ ୨୦୦ ମିଟରରୁ କମ୍‌ ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।