ଆଗାମୀ ୨୪ ଘଣ୍ଟାରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା, ୩୦ରୁ ୪୦ କି.ମି. ରହିପାରେ ପବନର ବେଗ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ଦୁଇଦିନ ମଧ୍ୟରେ ବିଦର୍ଭ, ଛତିଶଗଡ ଏବଂ ଓଡିଶାର ଆହୁରି କିଛି ଅଞ୍ଚଳକୁ ଅଗ୍ରସର ହେବ । ଏଥି ପାଇଁ ପାଗ ଅନୁକୂଳ ରହିଛି । ତେବେ ଗୁଜରାଟ, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାରକୁ ଆଗାମୀ ୩ ଦିନ ମଧ୍ୟରେ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ଏପଟେ ରାଜ୍ୟରେ ତାତି ସାମାନ୍ୟ କମିଛି । ବର୍ଷା ବି କିଛି ସ୍ଥାନରେ ଲାଗି ରହିଛି ।ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ଆସନ୍ତା ୪୮ ଘଣ୍ଟା ପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍‌ କମିବା ସହ ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଅନୁଗୁଳ, ଦେଓଗଡ଼, ଢେଙ୍କାନାଳ, କେଉଁଝର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର ବୌଦ୍ଧ,ନୂଆପଡ଼ା, ବଲାଙ୍ଗିର,କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ,ରାୟଗଡ଼ା, ମାଲକାନଗିରିର କିଛି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୩୦ରୁ ୪୦ କି.ମି. ବେଗରେ ପବନ ହୋଇପାରେ । ୧୯ ତାରିଖ ଯାଏ ରାଜ୍ୟର ଅନେକ ସ୍ଥାନରେ ବର୍ଷା  ସହ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଥିବାର ଆକଳନ କରିଛି ପାଣିପାଗ ବିଭାଗ ।

ଆଗାମୀ ୨୪ ଘଣ୍ଟାରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା, ୩୦ରୁ ୪୦ କି.ମି. ରହିପାରେ ପବନର ବେଗ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ଦୁଇଦିନ ମଧ୍ୟରେ ବିଦର୍ଭ, ଛତିଶଗଡ ଏବଂ ଓଡିଶାର ଆହୁରି କିଛି ଅଞ୍ଚଳକୁ ଅଗ୍ରସର ହେବ । ଏଥି ପାଇଁ ପାଗ ଅନୁକୂଳ ରହିଛି । ତେବେ ଗୁଜରାଟ, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାରକୁ ଆଗାମୀ ୩ ଦିନ ମଧ୍ୟରେ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ଏପଟେ ରାଜ୍ୟରେ ତାତି ସାମାନ୍ୟ କମିଛି । ବର୍ଷା ବି କିଛି ସ୍ଥାନରେ ଲାଗି ରହିଛି ।

ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ଆସନ୍ତା ୪୮ ଘଣ୍ଟା ପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍‌ କମିବା ସହ ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଅନୁଗୁଳ, ଦେଓଗଡ଼, ଢେଙ୍କାନାଳ, କେଉଁଝର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର ବୌଦ୍ଧ,ନୂଆପଡ଼ା, ବଲାଙ୍ଗିର,କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ,ରାୟଗଡ଼ା, ମାଲକାନଗିରିର କିଛି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୩୦ରୁ ୪୦ କି.ମି. ବେଗରେ ପବନ ହୋଇପାରେ । ୧୯ ତାରିଖ ଯାଏ ରାଜ୍ୟର ଅନେକ ସ୍ଥାନରେ ବର୍ଷା  ସହ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଥିବାର ଆକଳନ କରିଛି ପାଣିପାଗ ବିଭାଗ ।