ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ଓ ବଜ୍ରପାତ ନେଇ ସତର୍କ ରୁହନ୍ତୁ, ୬ ଜିଲ୍ଲାକୁ ପାଣିପାଗ ବିଭାଗର ଅରେଞ୍ଚ ୱାର୍ଣ୍ଣିଂ
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର ୬ ଜିଲ୍ଲାରେ ବଜ୍ରପାତ,ବର୍ଷା ଓ ପବନ ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ସୂଚନା ଦେବା ସହ ଅରେଞ୍ଚ ୱାର୍ଣ୍ଣିଂ ଜାରିକରିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ଆଗାମୀ ୩ ଘଣ୍ଟା ମଧ୍ୟରେ ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ କଟକରେ ବଜ୍ରପାତ ଓ ବର୍ଷା […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର ୬ ଜିଲ୍ଲାରେ ବଜ୍ରପାତ,ବର୍ଷା ଓ ପବନ ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ସୂଚନା ଦେବା ସହ ଅରେଞ୍ଚ ୱାର୍ଣ୍ଣିଂ ଜାରିକରିଛି।
ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ଆଗାମୀ ୩ ଘଣ୍ଟା ମଧ୍ୟରେ ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ କଟକରେ ବଜ୍ରପାତ ଓ ବର୍ଷା ସହ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଏଥି ପାଇଁ ଏହି ୬ ଜିଲ୍ଲା ପାଇଁ ଅରେଞ୍ଚ ୱାର୍ଣ୍ଣିଂ ଜାରି କରାଯିବା ସହ ଲୋକମାନଙ୍କୁ ସତର୍କ କରାଇ ଦିଆଯାଇଛି।
ଅନ୍ୟପଟେ ଏହି ସମୟରେ ଅର୍ଥାତ ଏହି ୩ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କନ୍ଧମାଳ, ବୋଦ୍ଧ,ବଲାଙ୍ଗୀର, ନୟାଗଡ, କେନ୍ଦୁଝର, ଗଜପତି, ନୂଆପଡା ଓ ଅନୁଗୁଳ ଜିଲ୍ଲାରେ କିଛି ସ୍ଥାନରେ ମଧ୍ୟ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।