ଆଗାମୀ ୩ ଘଣ୍ଟାରେ ପ୍ରବଳ ବର୍ଷା ଓ ବଜ୍ରପାତ, ଟ୍ବିନ୍‌ ସିଟି ସହ ୧୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ ଜିଲ୍ଲାରେ ବଜ୍ରପାତ,ବର୍ଷା ଓ ପବନ ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ସୂଚନା ଦେବା ସହ ୟେଲୋ ୱାର୍ଣ୍ଣିଂ ଜାରିକରିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ୧୪ ଜିଲ୍ଲାରେ ବଜ୍ରପାତ ଓ […]

ଆଗାମୀ ୩ ଘଣ୍ଟାରେ ପ୍ରବଳ ବର୍ଷା ଓ ବଜ୍ରପାତ, ଟ୍ବିନ୍‌ ସିଟି ସହ ୧୪ ଜିଲ୍ଲାକୁ ସତର୍କ ସୂଚନା
heavy rain in the Twin Cities for the next 3 hours

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ ଜିଲ୍ଲାରେ ବଜ୍ରପାତ,ବର୍ଷା ଓ ପବନ ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ସୂଚନା ଦେବା ସହ ୟେଲୋ ୱାର୍ଣ୍ଣିଂ ଜାରିକରିଛି।

e2cfcd29 80c1 4ed6 b821 31c4550a48ab

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ୧୪ ଜିଲ୍ଲାରେ ବଜ୍ରପାତ ଓ ବର୍ଷା ସହ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଏହି ୩ ଘଣ୍ଟା ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, କଟକ, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ଦେବଗଡ, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡା, ବାଲେଶ୍ବର ଓ ଗଜପତି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହୋଇପାରେ।

ଏହି ୩ ଘଣ୍ଟା ମଧ୍ୟରେ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।