ଆଗାମୀ ୫ ଦିନ ଏସମସ୍ତ ଜିଲାରେ ବର୍ଷା, ଜାରିହେଲା ଚେତାବନୀ
ଭୁବନେଶ୍ୱର,୧୭।୧୨: ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ନେଇ ସୂଚନା ଦେଇଛନ୍ତି। ଆଗାମୀ ୩ ଦିନରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବ। ତେବେ ଲଘୁଚାପର କୌଣସି ସିଧା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେବ। ପରବର୍ତ୍ତୀ ଦୁଇଦିନ ପର୍ଯ୍ୟନ୍ତ ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ […] The post ଆଗାମୀ ୫ ଦିନ ଏସମସ୍ତ ଜିଲାରେ ବର୍ଷା, ଜାରିହେଲା ଚେତାବନୀ appeared first on Dharitri Odia News.
ଭୁବନେଶ୍ୱର,୧୭।୧୨: ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ନେଇ ସୂଚନା ଦେଇଛନ୍ତି। ଆଗାମୀ ୩ ଦିନରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବ। ତେବେ ଲଘୁଚାପର କୌଣସି ସିଧା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେବ। ପରବର୍ତ୍ତୀ ଦୁଇଦିନ ପର୍ଯ୍ୟନ୍ତ ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ତାମିଲନାଡୁ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ତେବେ ଲଘୁଚାପ ପ୍ରଭାବରେ ଓଡ଼ିଶାରେ କୋହଲା ପାଗ ଜାରି ରହିବ। ୧୭ରୁ ୧୯ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓଡିଶାରେ ବିଶେଷକରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ କନ୍ଧମାଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ବର୍ଷା ପ୍ରଭାବରେ କିଛି ସ୍ଥାନରେ ପାରଦ ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି।
The post ଆଗାମୀ ୫ ଦିନ ଏସମସ୍ତ ଜିଲାରେ ବର୍ଷା, ଜାରିହେଲା ଚେତାବନୀ appeared first on Dharitri Odia News.