ଆଗାମୀ ୫ ଦିନ ପ୍ରବଳ ଗ୍ରୀଷ୍ମପ୍ରବାହ, ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ SRC

ଭୁବନେଶ୍ବର : ଦୁଇ ଦିନ ତଳୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଲାଣି ହେଲେ ଏଯାଏଁ ବର୍ଷାର ନାଁ ଗନ୍ଧ ନାହିଁ। ପାଗ ଅନୁକୁଳ ନଥିବାରୁ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହୋଇପାରୁନି। ଆଉ ଏପରି ସ୍ଥିତି ମଧ୍ୟ ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଲାଗି ରହିବ। ଯାହାର ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିବ । ଏଥିସହିତ […]

ଆଗାମୀ ୫ ଦିନ ପ୍ରବଳ ଗ୍ରୀଷ୍ମପ୍ରବାହ,  ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ SRC
Hot, humid conditions to persist in Odisha districts for next few days

ଭୁବନେଶ୍ବର : ଦୁଇ ଦିନ ତଳୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଲାଣି ହେଲେ ଏଯାଏଁ ବର୍ଷାର ନାଁ ଗନ୍ଧ ନାହିଁ। ପାଗ ଅନୁକୁଳ ନଥିବାରୁ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହୋଇପାରୁନି। ଆଉ ଏପରି ସ୍ଥିତି ମଧ୍ୟ ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଲାଗି ରହିବ। ଯାହାର ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିବ । ଏଥିସହିତ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ସେପଟେ ପ୍ରଚଣ୍ଡ ତାତି ନେଇ ନେଇ ରାଜ୍ୟର ୮ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ଆଗାମୀ ୫ ଦିନ ପ୍ରବଳ ଗ୍ରୀଷ୍ମପ୍ରବାହ ଲାଗିରହିବ। ଏହି ସମୟରେ ତାତିର ମୁକାବିଲା କରିବା ପାଇଁ ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆରସି ।

ସ୍ୱତନ୍ତ୍ର ରିଲିଫ କମିଶନର ଚିଠିରେ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଶ୍ରମିକଙ୍କୁ ଘରୁ ନବାହାରିକୁ ପରାମର୍ଶ ଦିଆଯାଇଛି। ଅତି ଆବଶ୍ୟକ ଥିଲେ ସତର୍କତା ଅବଲମ୍ବନ କରି ଯିବାକୁ ପରାମର୍ଶ ଦିଆଯାଇଛି । ହାଲୁକା, ଧଳା ଓ ସୂତା ବସ୍ତ୍ର ପରିଧାନ କରିବା ସହ ବାହାରକୁ ବାହାରିବା ସମୟରେ ମୁଣ୍ଡକୁ ଘୋଡ଼ାଇ ରଖିବା, ଓଦା କପଡ଼ା, ଛତା ଓ ଟୋପି ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ପ୍ରଚୁର ପାଣି, ଓଆରଏସ, ଲସି, ତୋରାଣି, ଆଖୁରସ, ଲେମ୍ବୁ ପାଣି ପିଇବା ସହ ଗର୍ଭବତୀ ଓ ମେଡିକାଲରେ କାର୍ଯ୍ୟରତ କର୍ମଚାରୀଙ୍କ ପ୍ରତି ଅଧିକ ଗୁରୁତ୍ୱ ଦେବାକୁ କୁହାଯାଇଛି । ସେହିପରି ମେଡିକାଲ ଗୁଡିକରେ ପର୍ଯ୍ୟାପ୍ତ ସୁବିଧା ଉପଲବ୍ଧ କରାଇବା ପାଇଁ ନିର୍ଦେଶ ଦିଆଯାଇଛି।

Screenshot 3 1

ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୧ ଜଣଙ୍କର ଅଂଶୁଘାତରେ ମୃତ୍ୟୁ ଘଟିଥିବା ସ୍ପଷ୍ଟ ହୋଇଛି। ଶବ ବ୍ୟବଚ୍ଛେଦ ଓ ଯୁଗ୍ମ ତଦନ୍ତ ପରେ ଏହା ଜଣାପଡ଼ିଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର। ସେ କହିଛନ୍ତି, ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି)ଙ୍କ ରିପୋର୍ଟ ଅନୁସାରେ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୧ଟି ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସିଛି। ସେଥିରୁ ୪୧ ଜଣଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇସାରିଛି। ୭୩ଟି ଅଂଶୁଘାତ ମୃତ୍ୟୁ ଅଭିଯୋଗର ତଦନ୍ତ ଜାରି ରହିଛି। କିଛି ମୃତଦେହକୁ ପରିବାର ଲୋକ ପୋଷ୍ଟମର୍ଟମ ନ କରି ନେଇ ଯାଇଛନ୍ତି।

ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର କହିଛନ୍ତି, ଗତକାଲି ୧୬ ଜଣ ଅଂଶୁଘାତ ଯୋଗୁଁ ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଚଳିତ ବର୍ଷ ଏ ଯାଏଁ ୨୨୬୯ ଜଣ ଅଂଶୁଘାତରେ ଚିକତ୍ସିତ ହୋଇଛନ୍ତି । ଯେହେତୁ ଏବେ ବି ଗ୍ରୀଷ୍ମ ପ୍ରବାହ ଜାରି ରହିଛି, ଲୋକମାନେ ସତର୍କ ରୁହନ୍ତୁ ବୋଲି ଅନୁରୋଧ କରିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ।