ଆଜି ଅବପାତରେ ପରିଣତ ହେବ ଲଘୁଚାପ, ୨୭ରୁ ବର୍ଷିବ
ଭୁବନେଶ୍ୱର,୨୫ା୧୧: ସୋମବାର ଅବପାତରେ ପରିଣତ ହେବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷିବ। ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଭାରତ ମହାସାଗର ନିକଟସ୍ଥ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି କ୍ରମଶଃ ଘନୀଭୂତ ହୋଇ ଆଜି ଆବପାତର ରୂପ ନେଇ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଏହା ପରବର୍ତ୍ତୀ ସମୟରେ […] The post ଆଜି ଅବପାତରେ ପରିଣତ ହେବ ଲଘୁଚାପ, ୨୭ରୁ ବର୍ଷିବ appeared first on Dharitri Odia News.
ଭୁବନେଶ୍ୱର,୨୫ା୧୧: ସୋମବାର ଅବପାତରେ ପରିଣତ ହେବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷିବ।
ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଭାରତ ମହାସାଗର ନିକଟସ୍ଥ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି କ୍ରମଶଃ ଘନୀଭୂତ ହୋଇ ଆଜି ଆବପାତର ରୂପ ନେଇ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଏହା ପରବର୍ତ୍ତୀ ସମୟରେ ଘନୀଭୂତ ହୋଇ ତାମିଲନାଡୁ ଏବଂ ଶ୍ରୀଲଙ୍କାରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଓ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନ ତଥା ବିଶେଷ ଭାବେ ଉପକୂଳ ଓଡ଼ିଶାରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
The post ଆଜି ଅବପାତରେ ପରିଣତ ହେବ ଲଘୁଚାପ, ୨୭ରୁ ବର୍ଷିବ appeared first on Dharitri Odia News.