ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୧୪ା୭(ସୁନିତ୍‌ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବେ। ସୋମବାର ସନ୍ଧ୍ୟାରେ ରାଷ୍ଟ୍ରପତି ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ) ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗଦେବେ। ଏହାପରେ ସେ ରାଜଭବନରେ ରାତ୍ରିଯାପନ କରିବେ। ୧୫ ତାରିଖ ପୂର୍ବାହ୍ନରେ ସେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଏହାପରେ ସେ କଟକର ରେଭେନ୍‌ଶା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତୀକରଣ କାର୍ଯ୍ୟର […] The post ଆଜି ଆସୁଛନ୍ତି ରାଷ୍ଟ୍ରପତି appeared first on Dharitri Odia News.

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୧୪ା୭(ସୁନିତ୍‌ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବେ। ସୋମବାର ସନ୍ଧ୍ୟାରେ ରାଷ୍ଟ୍ରପତି ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ) ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗଦେବେ। ଏହାପରେ ସେ ରାଜଭବନରେ ରାତ୍ରିଯାପନ କରିବେ। ୧୫ ତାରିଖ ପୂର୍ବାହ୍ନରେ ସେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଏହାପରେ ସେ କଟକର ରେଭେନ୍‌ଶା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଅପରାହ୍ନରେ କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନ ଯାଇ ଆଦିକବି ସାରଳା ଦାସଙ୍କ ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ହେବାକୁ ଥିବା ସାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବା ସହିତ କଳିଙ୍ଗ ପୁରସ୍କାର ୨୦୨୪ ପ୍ରଦାନ କରିବେ। ମଙ୍ଗଳବାର ସାରେ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

The post ଆଜି ଆସୁଛନ୍ତି ରାଷ୍ଟ୍ରପତି appeared first on Dharitri Odia News.