ଆଜି ଆସୁଛନ୍ତି ରାଷ୍ଟ୍ରପତି, ଅପରାହ୍ଣ ୫ଟା ୧୦ ମିନିଟ ସମୟରେ ପହଞ୍ଚିବେ ଭୁବନେଶ୍ବର
ଭୁବନେଶ୍ୱର : ଆଜି ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ପାଇଁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ ହୋଇଛି । କାରକେଡ୍ ରିହରସାଲ କରିଛି କମିଶନରେଟ୍ ପୋଲିସ । ଆଜି ଅପରାହ୍ଣ ୫ଟା ୧୦ ମିନିଟ ସମୟରେ ବାୟୁସେନା ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି । ସଂଧ୍ୟାରେ ଭୁବନେଶ୍ବର AIIMSର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ଓଡ଼ିଶାରେ ରାଷ୍ଟ୍ରପତିଙ୍କ ଦୁଇ […] The post ଆଜି ଆସୁଛନ୍ତି ରାଷ୍ଟ୍ରପତି, ଅପରାହ୍ଣ ୫ଟା ୧୦ ମିନିଟ ସମୟରେ ପହଞ୍ଚିବେ ଭୁବନେଶ୍ବର appeared first on KNews Odisha.

ଭୁବନେଶ୍ୱର : ଆଜି ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ପାଇଁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ ହୋଇଛି । କାରକେଡ୍ ରିହରସାଲ କରିଛି କମିଶନରେଟ୍ ପୋଲିସ । ଆଜି ଅପରାହ୍ଣ ୫ଟା ୧୦ ମିନିଟ ସମୟରେ ବାୟୁସେନା ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି । ସଂଧ୍ୟାରେ ଭୁବନେଶ୍ବର AIIMSର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ।
ଓଡ଼ିଶାରେ ରାଷ୍ଟ୍ରପତିଙ୍କ ଦୁଇ ଦିନିଆ କାର୍ଯ୍ୟକ୍ରମ । ୧୫ ତାରିଖରେ ରେଭେନ୍ସା ବିଶ୍ବବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ଏହି ଉତ୍ସବରେ ରାଜ୍ୟପାଳ ଅଧ୍ୟକ୍ଷତା କରିବେ । ସେହିପରି ରେଭେନ୍ସା ବାଳିକା ଉଚ୍ଚବିଦ୍ୟାଳୟର ୩ଟି ବିଲ୍ଡିଂର ଶିଳାନ୍ୟାସ କରିବେ । ଏହା ବ୍ୟତୀତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’’ ପ୍ରଦାନ କରିବେ ।
Also read: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, ଭୁବନେଶ୍ବର ଓ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
The post ଆଜି ଆସୁଛନ୍ତି ରାଷ୍ଟ୍ରପତି, ଅପରାହ୍ଣ ୫ଟା ୧୦ ମିନିଟ ସମୟରେ ପହଞ୍ଚିବେ ଭୁବନେଶ୍ବର appeared first on KNews Odisha.