ଆଜି ଏନ୍ଇଇଟି (ୟୁଜି) ଶୁଣାଣି
ନୂଆଦିଲ୍ଲୀ,୮ା୭(ପି.ଟି.):ପ୍ରଶ୍ନପତ୍ର ଲିକ୍, ଅସାଧୁ ଉପାୟ ଅବଲମ୍ବନ ସମେତ ବିଭିନ୍ନ ଅନିୟମିତତାକୁ ନେଇ ବିବାଦ ମଧ୍ୟରେ ଛନ୍ଦି ହୋଇପଡ଼ିଥିବା ଚଳିତ ବର୍ଷର ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍ଇଇଟି-ୟୁଜି ବାତିଲ ଓ ସାନି ପରୀକ୍ଷା କରାଇବା ଲାଗି ନିର୍ଦ୍ଦେଶ ଦେବାକୁ ନିବେଦନ କରି ସୁପ୍ରିମକୋର୍ଟରେ ଦାଏର ୩୮ଟି ପିଟିଶନ୍ର ଶୁଣାଣି ସୋମବାର ଅନୁଷ୍ଠିତ ହେବାକୁ ଯାଉଛି। ତେବେ ବଡ଼ ଧରଣର ଅନିୟମିତତା ହୋଇଥିବାର ପ୍ରମାଣ ନ ଥିବାରୁ ପରୀକ୍ଷାକୁ ବାତିଲ କରାଗଲେ ଏହାର ଫଳ ଓଲଟା ହେବା ସହ ଲକ୍ଷ […] The post ଆଜି ଏନ୍ଇଇଟି (ୟୁଜି) ଶୁଣାଣି appeared first on Dharitri Odia News.
ନୂଆଦିଲ୍ଲୀ,୮ା୭(ପି.ଟି.):ପ୍ରଶ୍ନପତ୍ର ଲିକ୍, ଅସାଧୁ ଉପାୟ ଅବଲମ୍ବନ ସମେତ ବିଭିନ୍ନ ଅନିୟମିତତାକୁ ନେଇ ବିବାଦ ମଧ୍ୟରେ ଛନ୍ଦି ହୋଇପଡ଼ିଥିବା ଚଳିତ ବର୍ଷର ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍ଇଇଟି-ୟୁଜି ବାତିଲ ଓ ସାନି ପରୀକ୍ଷା କରାଇବା ଲାଗି ନିର୍ଦ୍ଦେଶ ଦେବାକୁ ନିବେଦନ କରି ସୁପ୍ରିମକୋର୍ଟରେ ଦାଏର ୩୮ଟି ପିଟିଶନ୍ର ଶୁଣାଣି ସୋମବାର ଅନୁଷ୍ଠିତ ହେବାକୁ ଯାଉଛି। ତେବେ ବଡ଼ ଧରଣର ଅନିୟମିତତା ହୋଇଥିବାର ପ୍ରମାଣ ନ ଥିବାରୁ ପରୀକ୍ଷାକୁ ବାତିଲ କରାଗଲେ ଏହାର ଫଳ ଓଲଟା ହେବା ସହ ଲକ୍ଷ ଲକ୍ଷ ସଚ୍ଚୋଟ ପରୀକ୍ଷାର୍ଥୀ କ୍ଷତିଗ୍ରସ୍ତ ହେବେ ବୋଲି କେନ୍ଦ୍ର ସରକାର ଏବଂ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ସତ୍ୟପାଠ ଜରିଆରେ ସର୍ବୋଚ୍ଚ ଅଦାଲତଙ୍କୁ ଜଣାଇଥିଲେ। କୋର୍ଟ େଓବ୍ସାଇଟ୍ରେ ଅପ୍ଲୋଡ୍ ହୋଇଥିବା ଜୁଲାଇ ୮ କଜ୍ ଲିଷ୍ଟ ଅନୁଯାୟୀ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ୍ ଜେ.ବି. ପର୍ଡିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କ ଖଣ୍ଡପୀଠ ପରୀକ୍ଷା ସମ୍ପର୍କିତ ୩୮ଟି ପିଟିଶନ୍ର ଶୁଣାଣି କରିବ।
The post ଆଜି ଏନ୍ଇଇଟି (ୟୁଜି) ଶୁଣାଣି appeared first on Dharitri Odia News.