ଆଜି ଏସବୁ ଜିଲାରେ ସ୍କୁଲ ଛୁଟି
କୋରାପୁଟ,୩୦।୮: ଆଜି କୋରାପୁଟ ଜିଲାରେ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଜିଲାପାଳ ସମସ୍ତ ସ୍କୁଲ ସମେତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷାପାଇଁ ରେଡ ଓ୍ବାର୍ନିଂ ଥିବାରୁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଅଗ୍ନିଶମ ଏବଂ ଓଡ୍ରାଫ୍ ଟିମ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପକ୍କାଘର କିମ୍ବା ଆଶ୍ରୟସ୍ଥଳରେ ରହିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ଅନ୍ୟପକ୍ଷେ ଗଜପତି ଜିଲାରେ ମଧ୍ୟ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ […] The post ଆଜି ଏସବୁ ଜିଲାରେ ସ୍କୁଲ ଛୁଟି appeared first on Dharitri Odia News.
କୋରାପୁଟ,୩୦।୮: ଆଜି କୋରାପୁଟ ଜିଲାରେ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଜିଲାପାଳ ସମସ୍ତ ସ୍କୁଲ ସମେତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷାପାଇଁ ରେଡ ଓ୍ବାର୍ନିଂ ଥିବାରୁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଅଗ୍ନିଶମ ଏବଂ ଓଡ୍ରାଫ୍ ଟିମ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପକ୍କାଘର କିମ୍ବା ଆଶ୍ରୟସ୍ଥଳରେ ରହିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି।
ଅନ୍ୟପକ୍ଷେ ଗଜପତି ଜିଲାରେ ମଧ୍ୟ ସ୍କୁଲ ଛୁଟି ଘୋଷଣା କରାଯାଇଛି।
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ଶନିବାର ପର୍ଯ୍ୟନ୍ତ ବର୍ଷା ଲାଗିି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ରାଜ୍ୟର ଉପକୂଳ ଓ ଦକ୍ଷିଣ ଭାଗ ସମେତ ୧୧ଟି ଜିଲାରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି । ତେବେ ମାଲକାନଗିରି, କୋରାପୁଟ ଏବଂ ଗଜପତି ଜିଲାର କେତେକ ଅଞ୍ଚଳରେ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ରବିବାର ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।
The post ଆଜି ଏସବୁ ଜିଲାରେ ସ୍କୁଲ ଛୁଟି appeared first on Dharitri Odia News.