ଆଜି କଂଗ୍ରେସର ତୃତୀୟ ତାଲିକା!
ନୂଆଦିଲ୍ଲୀ,୨୧।୩: ଆଜି ଆସିପାରେ କଂଗ୍ରେସର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ବସିଥିବା ନିର୍ବାଚନ କମିଟି ବୈଠକରେ ୧୧ ରାଜ୍ୟ ପାଇଁ ୮୦ ଜଣ ପ୍ରାର୍ଥୀଙ୍କ ନାଁ ପ୍ରସ୍ତୁତ କରାଯାଇଥିବା କୁହାଯାଉଛି । କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ ଅରୁଣାଚଳ ପ୍ରଦେଶ, ସିକିମ, ପଶ୍ଚିମବଙ୍ଗ, ଆଣ୍ଡାମାନ ନିକୋବର, କର୍ନାଟକ, ପୁଡୁଚେରୀ, ଗୁଜରାଟ, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଚଣ୍ଡିଗଡ ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା କରାଯାଇଛି । ଆଜି ଏହି ସବୁ ରାଜ୍ୟର […] The post ଆଜି କଂଗ୍ରେସର ତୃତୀୟ ତାଲିକା! appeared first on Dharitri Odia News.
ନୂଆଦିଲ୍ଲୀ,୨୧।୩: ଆଜି ଆସିପାରେ କଂଗ୍ରେସର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ବସିଥିବା ନିର୍ବାଚନ କମିଟି ବୈଠକରେ ୧୧ ରାଜ୍ୟ ପାଇଁ ୮୦ ଜଣ ପ୍ରାର୍ଥୀଙ୍କ ନାଁ ପ୍ରସ୍ତୁତ କରାଯାଇଥିବା କୁହାଯାଉଛି । କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ ଅରୁଣାଚଳ ପ୍ରଦେଶ, ସିକିମ, ପଶ୍ଚିମବଙ୍ଗ, ଆଣ୍ଡାମାନ ନିକୋବର, କର୍ନାଟକ, ପୁଡୁଚେରୀ, ଗୁଜରାଟ, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଚଣ୍ଡିଗଡ ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା କରାଯାଇଛି । ଆଜି ଏହି ସବୁ ରାଜ୍ୟର ପ୍ରାର୍ଥୀଙ୍କ ନାଁ ଘୋଷଣା ହେବା ସମ୍ଭାବନା ରହିଛି ।
ସnୂଚନାଥାଉ କି, ଆଜି ଅଖିଳ ଭାରତୀୟ କଂଗ୍ରେସ କମିଟି(ଏଆଇସିସି)ର ସାଧାରଣ ସଂପାଦକ କେ.ସି. ବେଣୁଗୋପାଳ ଓଡିଶାର ଲୋକ ସଭା ଓ ବିଧାନ ସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ବେଣୁଗୋପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ସମୀକ୍ଷା ବେଠକରେ ରାଜ୍ୟ ପିସିସି ସଭାପତି ଶରତ ପଟ୍ଟନାୟକ, ଏଆଇସିସିର ଓଡିଶା ପ୍ରଭାରୀ ଅଜୟ କୁମାର, ୩ଜଣ ବରିଷ୍ଠ ପର୍ଯ୍ୟବେକ୍ଷକ ମିନାକ୍ଷୀ ନଟରାଜନ, ହରକ ସିଂହ ରାୱତ ଓ ପରଗତ ସିଂହ, ଦୁଇଜଣ ସଚିବ ଖ୍ରୀଷ୍ଟଫର ତିଲକ ଓ ମହମ୍ମଦ ସାହାନୱାଜ ଚୌଧୁରୀ ଉପସ୍ଥିତ ରହିଛନ୍ତି।
ଏଆଇସିସି ମୁଖ୍ୟାଳୟରେ ହୋଇଥିବା ସମୀକ୍ଷା ବୈଠକରେ ଲୋକ ସଭା ଓ ବିଧାନ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ପ୍ରକ୍ରିୟା, ନିର୍ବାଚନ ପ୍ରଚାର, ସଂଗଠନ କାର୍ଯ୍ୟକ୍ରମ ତଥା ଦଳୀୟ ସ୍ଥିତି ସଂପର୍କରେ ବେଣୁଗୋପାଳଙ୍କ ସହ ଆଲୋଚନା ହୋଇଥିଲା। ହୋଲି ପରେ ଓଡିଶାରେ ପ୍ରାର୍ଥୀ ଚୟନ ପ୍ରକ୍ରିୟାକୁ ଚୂଡାନ୍ତ କରିବା ପାଇଁ ପୁଣିଥରେ ସ୍କ୍ରିନିଂ କମିଟି ବୈଠକ ବସିବ ବୋଲି ଜଣାପଡିଛି।
The post ଆଜି କଂଗ୍ରେସର ତୃତୀୟ ତାଲିକା! appeared first on Dharitri Odia News.