ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର
ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ। ସଭାରେ କନ୍ଧମାଳ ଏମପି ପ୍ରାର୍ଥୀଙ୍କ ସହ ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନବୀନ ଭୋଟ ଭିକ୍ଷା କରିବେ। ଏଥିସହ ସାଧାରଣ ଜନତାଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ୧୧ […] The post ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର appeared first on Dharitri Odia News.
ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ। ସଭାରେ କନ୍ଧମାଳ ଏମପି ପ୍ରାର୍ଥୀଙ୍କ ସହ ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନବୀନ ଭୋଟ ଭିକ୍ଷା କରିବେ। ଏଥିସହ ସାଧାରଣ ଜନତାଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।
ସେହିପରି ୧୧ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନ୍ଧମାଳ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେ କନ୍ଧମାଳରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ।
The post ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର appeared first on Dharitri Odia News.