ଆଜି କପିଳାସରେ ପ୍ରସିଦ୍ଧ ଜାଗର ଯାତ୍ରା: ରାତି ୩ଟା ୫୫ରେ ଉଠିବ ମହାଦୀପ
ଢେଙ୍କାନାଳ,୮ା୩(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ଶୁକ୍ରବାର ମହା ଶିବରାତ୍ରି ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କପିଳାସ ପୀଠର ମହାପ୍ରଭୁ ଶ୍ରୀଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ମହା ଶିବରାତ୍ରି ଏବଂ ଜାଗର ଯାତ୍ରା ଉପଲକ୍ଷେ ଷୋଡ଼ଶ ଉପଚାର ପୂଜା ନିମନ୍ତେ ରାଜ ପୁରୋଧାଙ୍କ ନୀତି ନିର୍ଦ୍ଧାରଣ ଅନୁଯାୟୀ ସନ୍ଧ୍ୟା ୭ଟାରୁ ସାଢ଼େ ୮ଟା ମଧ୍ୟରେ ପ୍ରଥମ ଚାରିପୂଜା, ରାତି ସାଢ଼େ ୮ଟାରୁ ୧୦ଟା […] The post ଆଜି କପିଳାସରେ ପ୍ରସିଦ୍ଧ ଜାଗର ଯାତ୍ରା: ରାତି ୩ଟା ୫୫ରେ ଉଠିବ ମହାଦୀପ appeared first on Dharitri Odia News.
ଢେଙ୍କାନାଳ,୮ା୩(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ଶୁକ୍ରବାର ମହା ଶିବରାତ୍ରି ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କପିଳାସ ପୀଠର ମହାପ୍ରଭୁ ଶ୍ରୀଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ମହା ଶିବରାତ୍ରି ଏବଂ ଜାଗର ଯାତ୍ରା ଉପଲକ୍ଷେ ଷୋଡ଼ଶ ଉପଚାର ପୂଜା ନିମନ୍ତେ ରାଜ ପୁରୋଧାଙ୍କ ନୀତି ନିର୍ଦ୍ଧାରଣ ଅନୁଯାୟୀ ସନ୍ଧ୍ୟା ୭ଟାରୁ ସାଢ଼େ ୮ଟା ମଧ୍ୟରେ ପ୍ରଥମ ଚାରିପୂଜା, ରାତି ସାଢ଼େ ୮ଟାରୁ ୧୦ଟା ମଧ୍ୟରେ ପୀଠ ପୁରୋଧାଙ୍କ ଚାରିପୂଜା ଅନୁଷ୍ଠିତ ହେବ। ରାତି ୧୦ଟାରୁ ୧ଟା ମଧ୍ୟରେ ରାଜ ପୁରୋଧାଙ୍କ ଦ୍ୱାରା ଚାରିପୂଜା ସମ୍ପନ୍ନ ହେବ। ଏହାପରେ ପ୍ରଥମ ରାଜଦର୍ଶନ, ରାତି ୧ଟାରୁ ସାଢେ ୨ଟା ମଧ୍ୟରେ ରାଜ ପୁରୋଧାଙ୍କ ଚାରିପୂଜା ଏବଂ ରାତି ୩ଟା ମଧ୍ୟରେ ମହା ରୁଦ୍ରାଭିଷେକ, ରାତି ୩ଟାରୁ ୩ଟା ୫୦ମିନିଟ ମଧ୍ୟରେ ମହାସ୍ନାନ ଓ ସୁନା ଅଳଙ୍କାରରେ ମହାପ୍ରଭୁଙ୍କର ନାଗାଭରଣ ବେଶ ସହ ପଞ୍ଚବକ୍ର ପୂଜା ରାଜ ପୁରୋଧାଙ୍କ ଦ୍ୱାରା ସମ୍ପନ କରାଯିବ। ଏହାପରେ ଦ୍ୱିତୀୟ ରାଜଦର୍ଶନ ତଥା ରାଜାଙ୍କର ନାଗାଭରଣ ବେଶ ଦର୍ଶନ, ସେବା ଓ ଆଳତି ଅନୁଷ୍ଠିତ ହେବ। ରାତି ୩ଟା ୫୫ ମିନିଟରେ ମହାଦୀପ ଉଠାଣ ହେବ। ରାତି ୪ଟା ୨୫ରେ ହରିହର ଭେଟ ପୂଜା କରାଯିବ ବୋଲି ଦେବୋତ୍ତର ବିଭାଗ ପକ୍ଷରୁ ଜଣାପଡିଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଚଳିତବର୍ଷ ଶାନ୍ତିଶୃଙ୍ଖଳା ସହ ଜାଗର ଯାତ୍ରାକୁ ସମାପନ କରିବା ପାଇଁ ଜିଲାପାଳ ମନୋରଞ୍ଜନ ମଲ୍ଲିକ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।
The post ଆଜି କପିଳାସରେ ପ୍ରସିଦ୍ଧ ଜାଗର ଯାତ୍ରା: ରାତି ୩ଟା ୫୫ରେ ଉଠିବ ମହାଦୀପ appeared first on Dharitri Odia News.