ଆଜି ଖାତାକୁ ଆସିନି ସୁଭଦ୍ରା ଟଙ୍କା, ପୁନର୍ବାର କରିପାରିବେ କି ଆବେଦନ, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା…
ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ବଣ୍ଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ଆଜି ଦ୍ବିତୀୟ ପର୍ଯ୍ୟାୟରେ ୩୫ ଲକ୍ଷ […] The post ଆଜି ଖାତାକୁ ଆସିନି ସୁଭଦ୍ରା ଟଙ୍କା, ପୁନର୍ବାର କରିପାରିବେ କି ଆବେଦନ, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା… appeared first on Dharitri Odia News.
ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ବଣ୍ଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ଆଜି ଦ୍ବିତୀୟ ପର୍ଯ୍ୟାୟରେ ୩୫ ଲକ୍ଷ ହିତାଧିକାରୀଙ୍କୁ ଟଙ୍କା ଦିଆଯାଇଛି। ସଂଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା। ଏଯାବତ ଏହି ଯୋଜନାରେ ୧ କୋଟି ୬୦ ଲକ୍ଷ ସୁଭଦ୍ରା ଫର୍ମ ବଣ୍ଟନ କରାଯାଇଛି। ସେଥିରୁ ପ୍ରାୟ ୧.୫ କୋଟି ମହିଳାଙ୍କ ଫର୍ମ ରେଜିଷ୍ଟ୍ରେସନ ହୋଇଛି।
ସେହିପରି ଗଣମାଧ୍ୟମରେ ପ୍ରେସମିଟ୍ କରି ପ୍ରଭାତୀ ପରିଡା କହିଛନ୍ତି, ଖୁବ ଶୀଘ୍ର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବ। ଏଯାବତ ୧ କୋଟି ୫୦ ହଜାର ମହିଳା ରେଜିଷ୍ଟ୍ରେସନ କଲେଣି। ୨ଟି ପର୍ଯ୍ୟାୟରେ ମୋଟ ୬୦ ଲକ୍ଷ ମହିଳାଙ୍କୁ ସହାୟତା ରାଶି ମିଳିଛି । ଖୁବ ଶୀଘ୍ର ତୃତୀୟ ପର୍ଯ୍ୟାୟରେ ବାକି ହିତାଧିକାରୀଙ୍କୁ ଟଙ୍କା ଦେବୁ। ଏନପିସିଆଇ କ୍ଲିୟରାନ୍ସ ପରେ ଆଜି ୩୫ ଲକ୍ଷ ମହିଳାଙ୍କୁ ଟଙ୍କା ଦେଇଛୁ। କୌଣସି ଯୋଗ୍ୟ ହିତାଧିକାରୀଙ୍କ ଆବେଦନପତ୍ର ଖାରଜ କରାଯିବନି। ଘରକୁ ଘର ଯାଇ, ବ୍ଲକ ବା ଜିଲା ପ୍ରଶାସନ ଜରିଆରେ ଯୋଗ୍ୟ କରିବୁ। ଯେଉଁମାନେ ନପାଇ ୨ ଥର ଆବେଦନ କରୁଛନ୍ତି, ସେମିତି କରନ୍ତୁ ନାହିଁ। ଆବେଦନ ନକରି କଣ ତ୍ରୁଟି ଅଛି ତାକୁ ସଂଶୋଧନ କରନ୍ତୁ।
ସୁଭଦ୍ରାର ଫର୍ମ ପୂରଣବେଳେ ତାର ପଞ୍ଜିକରଣ ଫର୍ମ ସହ ଆପଣଙ୍କୁ କିଛି ଜରୁରୀ ଡକ୍ୟୁମେଣ୍ଟ ଦେବାକୁ ପଡିବ। ଯଦି ଆପଣ ଏହି ଦରକାରୀ ଡକ୍ୟୁମେଣ୍ଟ ଦାଖଲ କରି ନ ଥିବେ ଓ ଫର୍ମରେ ଠିକ ସୂଚନା ଦେଇ ନଥିବେ ତେବେ ଆପଣଙ୍କ ଆବେଦନ କଟି ଯାଇପାରେ। ଏହାପରେ ବି ଆପଣ ପୁନଃ ଆବେଦନ କଲେ ଆପଣଙ୍କୁ ଟଙ୍କା ମିଳିବ ନାହିଁ। ଆବେଦନକାରୀଙ୍କ ନାଁରେ ଆଧାର କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଥିବା ଆବଶ୍ୟକ । ବ୍ୟାଙ୍କ ସହ ଆଧାର ସଂଯୋଗ ହୋଇଥିବା ଜରୁରୀ। ତା’ସହିତ ହିତାଧିକାରୀଙ୍କ ମୋବାଇଲ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ। ଏଥିସହ ସୁଭଦ୍ରା ଫର୍ମ ଦାଖଲବେଳେ ଆପଣଙ୍କୁ ଆଧାରର ଜେରକ୍ସ ସହ ରାସନ କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଖାତାର ଜେରକ୍ସ ଦାଖଲ କରିବା ଜରୁରୀ। ଏଥିସହ ବାୟୋମେଟ୍ରିକ ବି ସଠିକ ଭାବେ ଦେଇଥିବା ଦରକାର।
The post ଆଜି ଖାତାକୁ ଆସିନି ସୁଭଦ୍ରା ଟଙ୍କା, ପୁନର୍ବାର କରିପାରିବେ କି ଆବେଦନ, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା… appeared first on Dharitri Odia News.