ଆଜି ଝଡ଼ବର୍ଷା: ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା
ଭୁବନେଶ୍ୱର,୧୬ା୪(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାବେଳେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଝଡ଼ବର୍ଷାର ପ୍ରଭାବ ରହିବ। ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଆଦି ଜିଲାକୁ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାରେ ଘଡ଼ଘଡ଼ି ଓ ବିଜୁଳି ଭୟ ରହିଥିବାବେଳେ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ସେହିପରି ଯାଜପୁର, […] The post ଆଜି ଝଡ଼ବର୍ଷା: ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା appeared first on Dharitri Odia News.
ଭୁବନେଶ୍ୱର,୧୬ା୪(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାବେଳେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଝଡ଼ବର୍ଷାର ପ୍ରଭାବ ରହିବ। ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଆଦି ଜିଲାକୁ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାରେ ଘଡ଼ଘଡ଼ି ଓ ବିଜୁଳି ଭୟ ରହିଥିବାବେଳେ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ସେହିପରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବୌଦ୍ଧ, ରାୟଗଡ଼ା, ମାଲକାନଗିରି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ଢେଙ୍କାନାଳ ଜିଲାରେ ମଧ୍ୟ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀର ସମ୍ଭାବନା ଥିବାରୁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
The post ଆଜି ଝଡ଼ବର୍ଷା: ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା appeared first on Dharitri Odia News.