ଆଜି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ

ରାଞ୍ଚି,୪।୭: ଝାଡଖଣ୍ଡର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ହେମନ୍ତ ସୋରେନଙ୍କୁ ସରକାର ଗଠନ କରିବାକୁ ଆମନ୍ତ୍ରଣ କରିଛନ୍ତି। ଗୁରୁବାର ରାଜ ଭବନ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ସୋରେନ ଆଜି ନିଜେ ରାଜ୍ୟର ୧୩ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ସନ୍ଧ୍ୟା ପ୍ରାୟ ୫ଟାରେ ରାଜ ଭବନରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ୫ ମାସ ପୂର୍ବରୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିବା ଚମ୍ପାଇ ସୋରେନ୍‌ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଚମ୍ପାଇ […] The post ଆଜି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ appeared first on Dharitri Odia News.

ଆଜି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ

ରାଞ୍ଚି,୪।୭: ଝାଡଖଣ୍ଡର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ହେମନ୍ତ ସୋରେନଙ୍କୁ ସରକାର ଗଠନ କରିବାକୁ ଆମନ୍ତ୍ରଣ କରିଛନ୍ତି। ଗୁରୁବାର ରାଜ ଭବନ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ସୋରେନ ଆଜି ନିଜେ ରାଜ୍ୟର ୧୩ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ସନ୍ଧ୍ୟା ପ୍ରାୟ ୫ଟାରେ ରାଜ ଭବନରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ।
୫ ମାସ ପୂର୍ବରୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିବା ଚମ୍ପାଇ ସୋରେନ୍‌ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଚମ୍ପାଇ ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ୍‌ଙ୍କୁ ଭେଟି ନିଜ ଇସ୍ତଫାପତ୍ର ପ୍ରଦାନ କରିଥିଲେ। ହେମନ୍ତ ସରକାର ଗଠନ ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି ଜଣାଇଥିଲେ।
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗତ ଜାନୁଆରୀ ୩୧ରେ ଏକ ଜମି ଦୁର୍ନୀତି ସମ୍ପର୍କିତ ମନି ଲଣ୍ଡରିଂ ମାମଲାରେ ଝାଡ଼ଖଣ୍ଡର ତତ୍କାଳୀନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ଜେରା ପରେ ଗିରଫ କରିଥିଲା। ଗିରଫ ହେବାର କିଛି ଘଣ୍ଟା ପୂର୍ବରୁ ହେମନ୍ତ ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏଥିସହ ଜେଏମ୍‌ଏମ୍‌ ମୁଖ୍ୟ ଶିବୁ ସୋରେନ୍‌ଙ୍କ ଘନିଷ୍ଠ ସହଯୋଗୀ ତଥା ମନ୍ତ୍ରୀ ଥିବା ଚମ୍ପାଇ ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଥିଲେ। ଇତିମଧ୍ୟରେ ହେମନ୍ତ ନିଜ ଗିରଫଦାରିକୁ ବେଆଇନ ଦର୍ଶାଇ ହାଇକୋର୍ଟ ଓ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଜମି ଦୁର୍ନୀତି ମାମଲାରେ ହେମନ୍ତଙ୍କ ପ୍ରତ୍ୟକ୍ଷ ସମ୍ପୃକ୍ତିର ପ୍ରମାଣ ନ ଥିବା ଦର୍ଶାଇ ହାଇକୋର୍ଟ ଶୁକ୍ରବାର ଜାମିନ ପ୍ରଦାନ କରିଥିଲେ।

The post ଆଜି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ appeared first on Dharitri Odia News.