ଆଜି ନବ ଯୌବନ ବେଶ,ଅଣସର ପିଣ୍ଡିରୁ ଦର୍ଶନ ଦେବେ ମହାବାହୁ

ପୁରୀ : ଆଜି ଶ୍ରୀଜିଉଙ୍କ ପବିତ୍ର ନବଯୌବନ ବେଶ ଓ ନେତ୍ରୋତ୍ସବ। ୧୫ ଦିନର ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ। ସକାଳ ୮ ଟା ରୁ ୯ଟା ପର୍ଯ୍ୟନ୍ତ ପରିମାଣିକ ବା ଟିକେଟ ଦର୍ଶନ ପରେ ୯ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ହେବ ସର୍ବସାଧାରଣ ଦର୍ଶନ। ଏହା ପରେ ଦର୍ଶନ ସମ୍ପୂର୍ଣ୍ଣ ବନ୍ଦ କରାଯାଇ ଘୋଷଯାତ୍ରା ପାଇଁ ଆରମ୍ଭ ହେବ ପ୍ରସ୍ତୁତି । ତେବେ ଏଥର ଉଭା ଯାତ୍ରା ପଡୁନଥିବାରୁ ଭକ୍ତମାନେ ଆଜି ଗୋଟିଏ […]

ଆଜି ନବ ଯୌବନ ବେଶ,ଅଣସର ପିଣ୍ଡିରୁ ଦର୍ଶନ ଦେବେ ମହାବାହୁ
ଆଜି ନବ ଯୌବନ ବେଶ,ଅଣସର ପିଣ୍ଡିରୁ ଦର୍ଶନ ଦେବେ ମହାବାହୁ

ପୁରୀ : ଆଜି ଶ୍ରୀଜିଉଙ୍କ ପବିତ୍ର ନବଯୌବନ ବେଶ ଓ ନେତ୍ରୋତ୍ସବ। ୧୫ ଦିନର ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ। ସକାଳ ୮ ଟା ରୁ ୯ଟା ପର୍ଯ୍ୟନ୍ତ ପରିମାଣିକ ବା ଟିକେଟ ଦର୍ଶନ ପରେ ୯ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ହେବ ସର୍ବସାଧାରଣ ଦର୍ଶନ। ଏହା ପରେ ଦର୍ଶନ ସମ୍ପୂର୍ଣ୍ଣ ବନ୍ଦ କରାଯାଇ ଘୋଷଯାତ୍ରା ପାଇଁ ଆରମ୍ଭ ହେବ ପ୍ରସ୍ତୁତି । ତେବେ ଏଥର ଉଭା ଯାତ୍ରା ପଡୁନଥିବାରୁ ଭକ୍ତମାନେ ଆଜି ଗୋଟିଏ ଦିନ ହିଁ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରିପାରିବେ। ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ, ପୋଲିସ ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି।

ନବଯୌବନ ବେଶ ଶ୍ରୀଜିଉଙ୍କ ଆଷାଢ଼ ଅମାବାସ୍ୟା ତଥା ଉଭା ଅମାବାସ୍ୟା ତିଥିରେ ଧାରଣ କରୁଥିବା ବିଶେଷ ବେଶ ଅଟେ । ପନ୍ଦର ଦିନ ଭକ୍ତମାନେ ଦାରୁଦିଅଁଙ୍କ ଦର୍ଶନ ଲାଭରୁ ବଞ୍ଚିତ ହୁଅନ୍ତି । ଅଣସର ଶେଷରେ ପୁଣି ସେ ଯେଉଁଦିନ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ତାହାକୁ ନବଯୌବନ ଦର୍ଶନ କହନ୍ତି । ଖଡ଼ି ଲାଗି ଓ ବନକଲାଗି ପରେ ମହାପ୍ରଭୁଙ୍କ ପ୍ରତିମା ନୂଆ ପରି ଉଜ୍ଜ୍ୱଳ ଦିଶୁଥିବାରୁ ଏହାକୁ ନବଯୌବନ କୁହାଯାଇଥାଏ । ଆଜି ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ପ୍ରାୟ ଏକ ଘଣ୍ଟା ଧରି ପରିମାଣିକ ବା ଟିକେଟ ଦର୍ଶନ ବ୍ୟବସ୍ଥା କରାଯାଇଛି। ସକାଳ ୯ ଟାରୁ ୧୦ ଟା ୩୦ ପର୍ଯ୍ୟନ୍ତ ଭକ୍ତମାନଙ୍କ ପାଇଁ ସର୍ବସାଧାରଣ ଦର୍ଶନର ବ୍ୟବସ୍ଥା କରାଯାଇଛି। ଏହା ପରେ ଦର୍ଶନ ସମ୍ପୂର୍ଣ୍ଣ ବନ୍ଦ କରାଯାଇ ଘୋଷଯାତ୍ରା ପାଇଁ ଆରମ୍ଭ ହେବ ପ୍ରସ୍ତୁତି ।

ନବଯୌବନ ଦର୍ଶନ ପାଇଁ ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ସହ ସେବାୟତଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି ।‌ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ପ୍ରବେଶ କରିବା ସହ ଅନ୍ୟ ୩ ଦ୍ବାର ଦେଇ ପ୍ରସ୍ଥାନ କରିବେ । ଦତ୍ତମହାପାତ୍ର ସେବାୟତ ମାନେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି କରୁଛନ୍ତି। ହେଙ୍ଗୁଳ, ହରିତାଳ, କସ୍ତୁରୀ, କେଶର ରଙ୍ଗ ବ୍ୟବହାର କରି ମହାପ୍ରଭୁଙ୍କ ଏହି ବନକଲାଗି ନୀତି କରିଥାନ୍ତି ଦତ୍ତମହାପାତ୍ର ସେବାୟତ।