ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଯୋଗଜନ୍ମା ଅଟଳବିହାରୀ ବାଜପେୟୀଙ୍କ ଜନ୍ମ ଶତ ବାର୍ଷିକୀ,ମାନେ ପକାଉଛି ସାରା ଦେଶ

ନୂଆଦିଲ୍ଲୀ : ୧୦୦ ତମ ଜନ୍ମ ବାର୍ଷିକୀରେ ଯୋଗଜନ୍ମା ଅଟଳବିହାରୀ ଜୀ ଙ୍କୁ ଶତତ ନମନ । ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ୧୦୦ ତମ ଜନ୍ମବାର୍ଷିକୀ। ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି ସାରା ଦେଶ I ସବୁଠି ଆୟୋଜନ ହୋଇଛି ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ପ୍ରମୁଖ ବ୍ୟକ୍ତି ବିଶେଷ ମାନେ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି। ଆଜିର ଦିନକୁ ସୁଶାସନ […]

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଯୋଗଜନ୍ମା ଅଟଳବିହାରୀ ବାଜପେୟୀଙ୍କ ଜନ୍ମ ଶତ ବାର୍ଷିକୀ,ମାନେ ପକାଉଛି ସାରା ଦେଶ
ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଯୋଗଜନ୍ମା ଅଟଳବିହାରୀ ବାଜପେୟୀଙ୍କ ଜନ୍ମ ଶତ ବାର୍ଷିକୀ,ମାନେ ପକାଉଛି ସାରା ଦେଶ

ନୂଆଦିଲ୍ଲୀ : ୧୦୦ ତମ ଜନ୍ମ ବାର୍ଷିକୀରେ ଯୋଗଜନ୍ମା ଅଟଳବିହାରୀ ଜୀ ଙ୍କୁ ଶତତ ନମନ । ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ୧୦୦ ତମ ଜନ୍ମବାର୍ଷିକୀ। ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି ସାରା ଦେଶ I ସବୁଠି ଆୟୋଜନ ହୋଇଛି ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ପ୍ରମୁଖ ବ୍ୟକ୍ତି ବିଶେଷ ମାନେ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି। ଆଜିର ଦିନକୁ ସୁଶାସନ ଦିବସ ଭାବରେ ପାଳନ କରାଯାଉଛି।

ଅଟଳ ବିହାରୀ ବାଜପେୟୀ ୧୯୨୪ ମସିହା ଡିସେମ୍ବର ୨୫ ତାରିଖରେ ମଧ୍ୟପ୍ରଦେଶର ଗ୍ୱାଲିୟରଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତାଙ୍କ ନାମ ଶ୍ରୀକୃଷ୍ଣ ବିହାରୀ ବାଜପେୟୀ ଓ ମାତାଙ୍କ ନାମ କୃଷ୍ଣ ଦେବୀ। ତାଙ୍କର ପ୍ରାରମ୍ଭିକ ଶିକ୍ଷା ଗ୍ୱାଲିୟରରେ ହୋଇଥିଲା। ସେ ଭିକ୍ଟୋରିଆ କଲେଜରୁ ସ୍ନାତକ ଏବଂ କାନପୁରର ଡିଏଭି କଲେଜରୁ ରାଜନୀତି ବିଜ୍ଞାନରେ ଏମଏ କରିଥିଲେ।

୧୯୯୬ ମସିହା ମେ ୧୬ ତାରିଖରେ ସେ ଦେଶର ଦଶମ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। କିନ୍ତୁ ତାଙ୍କୁ ଇସ୍ତଫା ଦେବାକୁ ପଡିଥିଲା। ପୁର୍ନବାର ୧୯୯୮ ମାର୍ଚ୍ଚ ୧୯ ତାରିଖରେ ଦେଶର ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେଇଥିଲେ ଅଟଳ ବିହାରୀ ବାଜପେୟୀ। ୧୯୯୨ ମସିହାରେ ତାଙ୍କୁ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନୀତ କରାଯାଇଥିଲା। ପରେ ୧୯୯୪ରେ ଲୋକମାନ୍ୟ ତିଲକ, ଶ୍ରେଷ୍ଠ ସାଂସଦ ପୁରସ୍କାର ପ୍ରଦାନ କରାଯାଇଥିଲା। ୨୦୦୦ ମସିହାରେ ଧିରେ ଧିରେ ତାଙ୍କ ସ୍ଵାସ୍ଥ୍ୟବସ୍ଥା ଖରାପ ହେବାରେ ଲାଗିଥିଲା। ଦୀର୍ଘ ଦିନ ଧରି ଅସୁସ୍ଥ ହେବା ପରେ ୨୦୧୮ ମସିହା ଅଗଷ୍ଟ ୧୬ ତାରିଖରେ ତାଙ୍କର ଦେହାନ୍ତ ଘଟିଥିଲା।

ବାଜପେୟୀଙ୍କ ୧୦୦ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶ ଗସ୍ତରେ ଯିବେ। ପ୍ରଧାନମନ୍ତ୍ରୀ ମୋଦୀ ଖଜୁରାହୋରେ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବେ। କେନ୍ ବେତୱା ପ୍ରକଳ୍ପର ଶିଳାନ୍ୟାସ ପରେ ଅଟଳ ବିହାରୀ ବାଜପେୟୀଙ୍କ ସ୍ୱପ୍ନ ସାକାର ହେବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ସ୍ମାରକୀ ଡାକଟିକଟ ଏବଂ ମୁଦ୍ରା ଉନ୍ମୋଚନ କରିବେ। ଏଥିସହ ସେ ୧୧୫୩ଟି ଅଟଳ ଗ୍ରାମ ସୁଶାସନ ଭବନର ଶିଳାନ୍ୟାସ କରିବେ। ସ୍ଥାନୀୟ ସ୍ତରରେ ସୁଶାସନ ପାଇଁ ଗ୍ରାମ ପଞ୍ଚାୟତର କାର୍ଯ୍ୟ ଓ ଦାୟିତ୍ୱର ବ୍ୟବହାରିକ ପରିଚାଳନାରେ ଏହି କୋଠାଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।