ଆଜି ବନକଲାଗି ନୀତି, ୫ଘଣ୍ଟା ଯାଏଁ ଶ୍ରୀବିଗ୍ରହଙ୍କ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଲାଗି ହେବ ବନକ ଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବା ପରେ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦତ୍ତ ମହାପାତ୍ର ସେବକମାନଙ୍କ ଦ୍ୱାରା ଏହି ଗୁପ୍ତ ନୀତି ସମାପନ କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ […] The post ଆଜି ବନକଲାଗି ନୀତି, ୫ଘଣ୍ଟା ଯାଏଁ ଶ୍ରୀବିଗ୍ରହଙ୍କ ଦର୍ଶନ ବନ୍ଦ appeared first on Odisha.News.

ଆଜି ବନକଲାଗି ନୀତି, ୫ଘଣ୍ଟା ଯାଏଁ ଶ୍ରୀବିଗ୍ରହଙ୍କ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଲାଗି ହେବ ବନକ ଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବା ପରେ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦତ୍ତ ମହାପାତ୍ର ସେବକମାନଙ୍କ ଦ୍ୱାରା ଏହି ଗୁପ୍ତ ନୀତି ସମାପନ କରାଯିବ।

ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ ।

ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖସିଂହାର କରିଥାନ୍ତି। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ।

The post ଆଜି ବନକଲାଗି ନୀତି, ୫ଘଣ୍ଟା ଯାଏଁ ଶ୍ରୀବିଗ୍ରହଙ୍କ ଦର୍ଶନ ବନ୍ଦ appeared first on Odisha.News.