ଆଜି ବନ୍ଦ ରହିବ ବାଲିଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମ

କଟକ,୧୮।୧୧: ବାଲିଯାତ୍ରାର ଚତୁର୍ଥ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିବ। ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ଦେହାନ୍ତରେ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ସୂଚନା ମିଳିଛି। ଆଜିକ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି। ଅନ୍ୟପକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ ସୀମା ରବିବାର ଅଧଘଣ୍ଟା ବଢ଼ାଯାଇଥିବା ବେଳେ ଆଜି କାର୍ଯ୍ୟକ୍ରମ ବନ୍ଦ ରହିବ। ସୂଚନାଯୋଗ୍ୟ, ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ […] The post ଆଜି ବନ୍ଦ ରହିବ ବାଲିଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମ appeared first on Dharitri Odia News.

ଆଜି ବନ୍ଦ ରହିବ ବାଲିଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମ

କଟକ,୧୮।୧୧: ବାଲିଯାତ୍ରାର ଚତୁର୍ଥ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିବ। ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ଦେହାନ୍ତରେ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ସୂଚନା ମିଳିଛି। ଆଜିକ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି।
ଅନ୍ୟପକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ ସୀମା ରବିବାର ଅଧଘଣ୍ଟା ବଢ଼ାଯାଇଥିବା ବେଳେ ଆଜି କାର୍ଯ୍ୟକ୍ରମ ବନ୍ଦ ରହିବ।

ସୂଚନାଯୋଗ୍ୟ, ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ ଥିଲେ ସମୀର। ନିମୋନିଆ, କିଡ଼ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ।

The post ଆଜି ବନ୍ଦ ରହିବ ବାଲିଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମ appeared first on Dharitri Odia News.