ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର,୨୬।୧୦: ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ପ୍ରଭାବିତ ଜିଲାରେ ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ଆକାଶ ମାର୍ଗରୁ ପରିଦର୍ଶନ କରି ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ। ଏହାପରେ ଅପରାହ୍ନରେ ଲୋକସେବା ଭବନରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିବେ। ବାତ୍ୟା ‘ଦାନା’ ମଧ୍ୟରେ ଭିତରକନିକା ଓ ଧାମରା ମଧ୍ୟବର୍ତ୍ତୀ ଅଞ୍ଚଳରେ ଲ୍ୟାଣ୍ଡଫଲ୍ ହୋଇଛି। ବାତ୍ୟା ମୁକାବିଲାରେ ଆମେ ସମ୍ପୂର୍ଣ୍ଣ ସଫଳତା ହାସଲ କରିଛୁ। ହସ୍ତଗତ ହୋଇଥିବା […] The post ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ appeared first on Dharitri Odia News.
ଭୁବନେଶ୍ୱର,୨୬।୧୦: ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ପ୍ରଭାବିତ ଜିଲାରେ ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ଆକାଶ ମାର୍ଗରୁ ପରିଦର୍ଶନ କରି ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ। ଏହାପରେ ଅପରାହ୍ନରେ ଲୋକସେବା ଭବନରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିବେ।
ବାତ୍ୟା ‘ଦାନା’ ମଧ୍ୟରେ ଭିତରକନିକା ଓ ଧାମରା ମଧ୍ୟବର୍ତ୍ତୀ ଅଞ୍ଚଳରେ ଲ୍ୟାଣ୍ଡଫଲ୍ ହୋଇଛି। ବାତ୍ୟା ମୁକାବିଲାରେ ଆମେ ସମ୍ପୂର୍ଣ୍ଣ ସଫଳତା ହାସଲ କରିଛୁ। ହସ୍ତଗତ ହୋଇଥିବା ତଥ୍ୟ ଅନୁଯାୟୀ ଆମେ ଆମର ‘ଜିରୋ କାଜୁଆଲ୍ଟି’ ଲକ୍ଷ୍ୟ ହାସଲ କରିଛୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କରିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି କାର୍ଯ୍ୟରେ ନିୟୋଜିତ ଥିବା ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି। ସରକାର ଓ ପ୍ରଶାସନର ତତ୍ପରତା ଯୋଗୁ ପ୍ରାୟତଃ କ୍ଷୟକ୍ଷତି ଘଟିନାହିଁ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯେଉଁ ସବୁ ଜାଗାରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଥିଲା ସେ ସବୁକୁ ହଟାଯାଇଛି। ବିଦ୍ୟୁତ୍ ସରବରାହ ବ୍ୟାଘାତ ହୋଇଥିବା ସ୍ଥାନଗୁଡ଼ିକରେ ତୁରନ୍ତ ବିଦ୍ୟୁତ୍ ସଂଯୋଗ ଯୋଗାଇ ଦିଆଯିବ। ରେଳସେବା ମଧ୍ୟ ଆରମ୍ଭ ହୋଇଯାଇଛି। ଭୁବନେଶ୍ୱର ଓ ପୁରୀରୁ ନିର୍ଦ୍ଧାରିତ ସମୟରେ ରେଳ ଚଳାଚଳ କରିବ ବୋଲି ସେ କହିଛନ୍ତି। ସେହିପରି ବିମାନ ଚଳାଚଳ ମଧ୍ୟ ସ୍ବାଭାବିକ ହୋଇଛି। ଭୁବନେଶ୍ୱର ବିମାନବନ୍ଦରରେ ବିମାନ ଅବତରଣ କରିଛି। ପ୍ରଭାବିତ ଅଞ୍ଚଳରେ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର ଓ ମା’ ଗୃହକୁ ସ୍ଥାନାନ୍ତରିତ ହୋଇଥିବା ଗର୍ଭବତୀଙ୍କ ମଧ୍ୟରୁ ୧୬୦୦ରୁ ଅଧିକ ମହିଳା ନବଜାତ ଶିଶୁଙ୍କୁ ସୁରକ୍ଷିତ ଭାବେ ଜନ୍ମ ଦେଇଛନ୍ତି। ଆମ ପାଇଁ ଖୁସିର କଥା ଉଭୟ ମା’ ଓ ଶିଶୁମାନେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାତ୍ୟା ‘ଦାନା’ର ପ୍ରଭାବ କମି ଗଲାଣି। ଲୋକମାନେ ଆଶ୍ରୟ ସ୍ଥଳୀରୁ ନିଜ ନିଜ ଘରକୁ ଫେରିବା ଆରମ୍ଭ କଲେଣି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଶେଷ କୃପା ଓ ଆମର ଟିମ୍ ସ୍ପିରିଟ୍ ଯୋଗୁ ଆମେ ବାତ୍ୟାର ସଫଳ ମୁକାବିଲା କରିପାରିଲୁ। ମୁଖ୍ୟମନ୍ତ୍ରୀ ଏଥିପାଇଁ ଜନସାଧାରଣ, ପ୍ରଶାସନିକ ଅଧିକାରୀ, ଉଦ୍ଧାରକାରୀ ଦଳ, ଡାକ୍ତରୀ ଦଳ, ପୋଲିସ୍, ଅଗ୍ନିଶମ ବାହିନୀ ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଧନ୍ୟବାଦ ଜଣାଇଥିଲେ।
The post ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ appeared first on Dharitri Odia News.