ଆଜି ବାହୁଡ଼ିବେ ଦାରୁବିଗ୍ରହ: ଅପରାହ୍ନ ୪ଟାରେ ରଥଟଣା
ପୁରୀ,୫ା୭(ଅଜିତ୍ କୁମାର ମହାନ୍ତି):ଆଷାଢ଼ ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଥିରେ ଧରି ଶ୍ରୀମନ୍ଦିରରୁ ବାହାରି ରଥାରୂଢ଼ ହୋଇ ନବଦିନାତ୍ମକ ଯାତ୍ରାରେ ଯାଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶନିବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ ରହିଛି। ସେବାୟତମାନେ ନୀତି ସମ୍ପାଦନ ଓ ଭକ୍ତମାନେ ରଥ ଟାଣିନେବା […] The post ଆଜି ବାହୁଡ଼ିବେ ଦାରୁବିଗ୍ରହ: ଅପରାହ୍ନ ୪ଟାରେ ରଥଟଣା appeared first on Dharitri Odia News.
ପୁରୀ,୫ା୭(ଅଜିତ୍ କୁମାର ମହାନ୍ତି):ଆଷାଢ଼ ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଥିରେ ଧରି ଶ୍ରୀମନ୍ଦିରରୁ ବାହାରି ରଥାରୂଢ଼ ହୋଇ ନବଦିନାତ୍ମକ ଯାତ୍ରାରେ ଯାଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶନିବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ।
ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ ରହିଛି। ସେବାୟତମାନେ ନୀତି ସମ୍ପାଦନ ଓ ଭକ୍ତମାନେ ରଥ ଟାଣିନେବା ପାଇଁ ଉତ୍କଣ୍ଠାର ସହ ଚାହିଁବସିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହେବ। ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ୫ଟା ୪୫ରୁ ୬ଟା ୪୫, ସେନାପଟାଲାଗି ୭ଟାରୁ ପୂର୍ବାହ୍ନ ୧୧ଟା ୩୦, ମଙ୍ଗଳାର୍ପଣ ୧୧ଟା ୪୫, ପରେ ଡୋରଲାଗି, ୧୨ଟାରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହେବ ବୋଲି ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ୍ କରିଡର ହେବ। ଭକ୍ତଙ୍କ ଉପରେ ପାଣି ସିଞ୍ଚନ କରାଯିବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।
The post ଆଜି ବାହୁଡ଼ିବେ ଦାରୁବିଗ୍ରହ: ଅପରାହ୍ନ ୪ଟାରେ ରଥଟଣା appeared first on Dharitri Odia News.